PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ଟାଙ୍ଗିଆରେ ହାଣି ଜଣକୁ ହତ୍ୟା, ପରିବାରର ୫ ଜଣ ଅଟକ

ଦେବଗଡ, ୨୩।୮ ଦେବଗଡ ଆଦର୍ଶ ଥାନା ଅନ୍ତର୍ଗତ କାଲକାଠ ଗ୍ରାମ କିଶାନ ସାହିରେ ଜଣେ ବ୍ୟକ୍ତିଙ୍କୁ କେହି ଟାଙ୍ଗିଆ ରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ହେଲେ କାଲକାଠ ଗ୍ରାମ କିଶାନ ସାହିର ହୃଦାନନ୍ଦ କିଶାନ । ମୃତ ହୃଦାନନ୍ଦଙ୍କ ମୃତ ଦେହ ତାଙ୍କର ଅର୍ଦ୍ଧନିର୍ମିତ ଘର ମଧ୍ୟରେ ପଡିଥିବା ଅବସ୍ଥାରେ ଦେଖିବା ପରେ ପରିବାର ପକ୍ଷରୁ ପୋଲିସକୁ ସୂଚନା ଦିଆଯାଇଥିଲା । ଦେବଗଡ ଆଦର୍ଶ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର  କରିଛି । ମୃତ ଦେହ ନିକଟରୁ ପୋଲିସ ଏକ ଟାଙ୍ଗିଆ ଜବତ  କରିଛି । ଦେବଗଡ ଏସପି ପ୍ରମୋଦ ରଥ, ଏସଡିପିଓ ପ୍ରତ୍ୟୁଷ ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁସନ୍ଧାନ କରିଛନ୍ତି । ମୃତ ଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଯାଇଥିବା ବେଳେ ସନ୍ଦେହରେ ପରିବାରର ପାଞ୍ଚ ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା  କରୁଛି।