ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ଆଇସିସିର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଜୟ ଶାହା

ନୂଆଦିଲ୍ଲୀ,୨୨/୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ବା ଆଇସିସିର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଜୟ ଶାହ। ବର୍ତ୍ତମାନ ଗ୍ରେଗ୍ ବାର୍କଲେ ଅଧ୍ୟକ୍ଷ ଥିବା ବେଳେ ତାଙ୍କର କାର୍ୟ୍ୟକାଳ ନଭେମ୍ବର ୩୦ରେ ଶେଷ ହେବାକୁ ଯାଉଛି। ମଙ୍ଗଳବାର ତୃତୀୟ ଥର ପାଇଁ ଏହି ପଦର ଦୌଡ଼ରୁ ସେ ଓହରିଛନ୍ତି ବୋଲି ଘୋଷଣା କରିଛନ୍ତି। ଏହାପରେ ବିସିସିଆଇର ସାଧାରଣ ସମ୍ପାଦକ ଜୟ ଶାହଙ୍କ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଆଇସିସିର ଏକ ବିବୃତି ଅନୁଯାୟୀ, ଆଇସିସି ଅଧ୍ୟକ୍ଷ ଗ୍ରେଗ୍ ବାର୍କଲେ ତୃତୀୟ ଥର ପାଇଁ ପ୍ରାର୍ଥୀ ହେବେ ନାହିଁ। ନଭେମ୍ବର ଶେଷରେ ତାଙ୍କର ବର୍ତ୍ତମାନର କାର୍ୟ୍ୟକାଳ ଶେଷ ହେବା ପରେ ସେ ଇସ୍ତଫା ଦେବେ। 

ତେବେ ୨୦୨୦ ନଭେମ୍ବରରେ ବାର୍କଲେଙ୍କୁ ଆଇସିସିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା। ୨୦୨୨ରେ ସେ ପୁଣି ଥରେ ଏହି ପଦ ପାଇଁ ନିର୍ବାଚିତ ହୋଇଥିଲେ। ତେଣୁ ଏବେ ବିସିସିଆଇର ସାଧାରଣ ସମ୍ପାଦକ ଜୟ ଶାହ ଆଇସିସି ଚେୟାରମ୍ୟାନ ହେବା ନେଇ ଚର୍ଚ୍ଚା ହେଉଛି। ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ଅଗଷ୍ଟ ୨୭ ତାରିଖ ରହିଛି। ତେଣୁ ଏହି ପଦ ପାଇଁ ଜୟ ଶାହ ଦାବି ଉପସ୍ଥାପନ କରିବେ କି ନାହିଁ ତାହା ସ୍ପଷ୍ଟ ହୋଇଯିବ। ଯଦି ଜୟ ଶାହା ନାମାଙ୍କନ ଭରିବେ ଆଉ ବିଜୟ ହେବେ ତା ହେଲେ ସେ ଭାରତର ତୃତୀୟ ବ୍ୟକ୍ତି ହେବେ ଯିଏକି ଆଇସିସି ଚେୟାରମ୍ୟାନ ହେବେ । କାରଣ ଏହା ପୂର୍ବରୁ ଜଗମୋହନ ଡାଲମିଆ ଏବଂ ଶରଦ ପାୱାର ଆଇସିସିର ଅଧ୍ୟକ୍ଷ ରହିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.