ପ୍ରମୁଖ ଖବର
  • କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାର, ତାଲିକାରେ ବହୁ ହେବିଓ୍ବେଟ୍
  • ||
  • ଜୟପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆରମ୍ଭ କରିବେ ପ୍ରଚାର
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର
  • ||
  • ରାଜଧାନୀରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ରୁମ୍‌ରେ ଥିବା ଅନ୍ୟ ଜଣେ ଯୁବତୀ ଫେରାର
  • ||
  • ବ୍ରହ୍ମଗିରି ଆସନରୁ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଉପାସନା ମହାପାତ୍ର
  • ||
  • କଂଗ୍ରେସ ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତ ଫେରାଇଲେ ଟିକେଟ୍
  • ||
  • ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର, ୫ରେ ପୁଣି ଆସିବେ ଜେପି ନଡ୍ଡା
  • ||
  • ଶନିବାର ୪ ଜିଲ୍ଲାରେ ପ୍ରଚାର କରିବେ ନବୀନ, ସକାଳ ସାଢ଼େ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କମ୍ପିବ ମଇଦାନ୍
  • ||
  • IPL 2024: ଚିନ୍ନାସ୍ୱାମୀରେ ବେଙ୍ଗାଲୁରୁକୁ ଭେଟିବ ଗୁଜରାଟ, ଦେଖିବାକୁ ମିଳିବ ରୋଚକ ଲଢ଼େଇ
  • ||
  • ତାତିରେ ଲାଗିବ ବ୍ରେକ୍: ଆଜିଠୁ ଉପକୂଳ, ୭ରୁ ସାରା ଓଡ଼ିଶାରେ ଖସିବ ପାରଦ, ୧୨ ଯାଏଁ ବିକ୍ଷିପ୍ତ ବର୍ଷା ଆଶାଙ୍କା
  • ||

ଜେଡିୟୁ ନେତାଙ୍କୁ ବିଚ୍‌ ରାସ୍ତାରେ ଗୁଳି କରି ହତ୍ୟା, ୪ ଦୁର୍ବୁତ୍ତଙ୍କୁ ଖୋଜୁଛି ପୋଲିସ

ପାଟନା: ବିଚ୍ ରାସ୍ତାରେ ଜେଡିୟୁ ନେତାଙ୍କୁ ଗୁଳି କରି ହତ୍ୟା । ବାଇକରେ ଆସି ଦୁଇ ଜଣଙ୍କୁ ଗୁଳି ମାରିଲେ ଦୁର୍ବୃତ୍ତ । ଏଥିରେ ଜଣେ ଯୁବନେତାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣ ଗୁରୁତର ହୋଇଛନ୍ତି । ଗତକାଲି (ବୁଧବାର) ବିଳମ୍ବିତ ରାତିରେ ବିହାର ରାଜଧାନୀ ପାଟନାରେ ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି । ଏପ୍ରିଲ ୨୬(ଶୁକ୍ରବାର) ବିହାରରେ ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଥିବାବେଳେ ଏହା ପୂର୍ବରୁ ଏଭଳି ହତ୍ୟାକାଣ୍ଡ ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି । 

 ମୃତ ଜେଡିୟୁ ନେତା ସୌରଭ କୁମାର ବୋଲି ଜଣାପଡ଼ିଛି । ତାଙ୍କ ସାଙ୍ଗରେ ଥିବା ଗୁରୁତର ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ପୋଲିସର ସୂଚନା ମୁତାବକ, କାଲି ରାତିରେ ସୌରଭ କୁମାର ନିଜ ସାଙ୍ଗ ସହ ଏକ ବିବାହ ଉତ୍ସବରେ ଯୋଗ ଦେଇ ଫେରୁଥିଲେ । ବାଟରେ ଚାରି ଜଣ ଦୁର୍ବୃତ୍ତ ବାଇକରେ ଆସି ସେମାନଙ୍କ ଉପରେ ଅତର୍କିତ ଗୁଳିମାଡ କରିଥିଲେ । ସୌରଭଙ୍କ ଦେହରେ ୫ଟି ଗୁଳି ବାଜିଥିଲା ଏବଂ ଏଥିରେ ତାଙ୍କର ମୃତ୍ୟୁ ହୋଇଯାଛି । ତାଙ୍କ ସହ ଥିବା ସାଙ୍ଗ ମୁନମୁନ କୁମାରଙ୍କ ଦେହରେ ବି ୩ଟି ଗୁଳି ବାଜିଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

 ଜେଡିୟୁର ଯୁବନେତା ସୌରଭ କୁମାର ସକରୌଚା ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରାର୍ଥୀ ଥିଲେ । ସେ ପ୍ରପଟି ଡିଲିଂ କାମ ମଧ୍ୟ କରୁଥିଲେ । ତେବେ କିଏ ଏବଂ କାହିଁକି ତାଙ୍କୁ ହତ୍ୟା କଲା ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ । ନିର୍ବାଚନର ଦିନକ ପୂର୍ବରୁ ଏହି ଜଘନ୍ୟ କାଣ୍ଡ ଚାଞ୍ଚଲ୍ୟ ଖେଳାଇ ଦେଇଛି । ପୋଲିସ ଏନେଇ ଏକ ମାମଲା ରୁଜୁ କରି ଛାନଭିନ୍ ଆରମ୍ଭ କରିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.