ପ୍ରମୂଖ ଖବର
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ

Published By : Harapriya Sethi | October 24, 2024 10:54 AM

ସାଲେପୁର,୨୪/୧୦: ସୁନା ଦୋକାନରେ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ଜଳି ପାଉଁଶ ହୋଇଗଲା ୧୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସୁନାରୂପା । ବୁଧବାର ବିଳମ୍ୱିତ ରାତିରେ ସାଲେପୁର ଅଞ୍ଚଳର ମାଛୁଆତି ଠାରେ ଥିବା ସୁକାନ୍ତ ସାହୁଙ୍କ ଶ୍ରୀରାମ ଜୁଏଲାରି ନାମକ ଗହଣା ଦୋକାନରେ ଏହି ଅଗ୍ନିକାଣ୍ଡ ଘଟିଛି ।

ସୂଚନା ମୁତାବକ, ମାହାଙ୍ଗା ଅଞ୍ଚଳର ସୁକାନ୍ତ ସାହୁ ସାଲେପୁର ଅଞ୍ଚଳର ମାଛୁଆତି ଠାରେ ଶ୍ରୀରାମ ଜୁଏଲାରି ନାମକ ଗହଣା ଦୋକାନ କରିଥିଲେ । ତେବେ ବୁଧବାର ବିଳମ୍ୱିତ ରାତିରେ ଉକ୍ତ ଗହଣା ଦୋକାନରେ ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ଦୋକାନଟି ସଂପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଥିଲା । ଏହା ସହ ଦୋକାନ ମଧ୍ୟରେ ଥିବା ୧୫ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ସୁନାରୂପା ଅଳଙ୍କାର ମଧ୍ୟ ପୋଡ଼ି ନଷ୍ଟ ହୋଇଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ସାଲେପୁର ଅଗ୍ନିଶମ ଟିମ୍ ପହଞ୍ଚି ଥିଲା । କିନ୍ତୁ ସେତେବେଳକୁ ଦୋକାନଟି ସମ୍ପୂର୍ଣ୍ଣ ଭାବରେ ପୋଡ଼ି ଯାଇଥିଲା । ତେବେ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ହୋଇଥିବା ଶୁଣିବାକୁ ମିଳିଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.