ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଝାଡ଼ଖଣ୍ଡର ଗିରିଡିହିରେ ଗୋଷ୍ଠୀ ସଙ୍ଘର୍ଷ : ଦୋକାନରେ ନିଆଁ ଲଗାଇଦେଲେ ଅସାମାଜିକ, ଅନେକ ଆହତ

Published By : Rasmita Pradhan | March 15, 2025 8:56 AM

ନୂଆଦିଲ୍ଲୀ, ୧୫/୦୩ : ହୋଲିରେ ହିଂସାକାଣ୍ଡ। ଦୁଇ ସମ୍ପ୍ରଦାୟ ମଧ୍ୟରେ ଗୋଷ୍ଠୀ ସଙ୍ଘର୍ଷ। ଜଳିଲା ଦୋକାନ ଏବଂ ଗାଡ଼ି ମୋଟର। ଅନେକ ଆହତ। ଶୁକ୍ରବାର ରାତିରେ ଝାଡ଼ଖଣ୍ଡର ଗିରିଡିହିରେ ଏଭଳି ଲଙ୍କାକାଣ୍ଡ ଘଟିଛି। କିଛି ଅସାମାଜିକ ତତ୍ତ୍ଵ ଏଭଳି କାଣ୍ଡ ଭିଆଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି। 

ଗିରିଡିହ ଏସପିଙ୍କ ସୂଚନା ଅନୁଯାୟୀ, ଶୁକ୍ରବାର ଘୋଡଥମ୍ଵାରେ ଏକ ସମୂହ ହୋଲି ଶୋଭାଯାତ୍ରା କରୁଥିଲେ। ଏହି ସମୟରେ କିଛି ଅସାମାଜିକ ତତ୍ତ୍ଵ ସେମାନଙ୍କୁ ବିରୋଧ କରିଥିଲେ। ଏହାପରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍ ହୋଇଥିଲା। ଦୁଇ ପକ୍ଷ ମଧ୍ୟରେ ପଥର ଫିଙ୍ଗା ଫୋପଡା ହୋଇଥିଲା। ଉତ୍ତ୍ୟକ୍ତ ଲୋକମାନେ ୩ଟି ଦୋକାନ ଏବଂ କିଛି ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି। ହିଂସାକାଣ୍ଡ ଘଟାଇଥିବା ଲୋକଙ୍କୁ ଚହ୍ନଟ କରାଯାଉଛି। ଖୁବଶୀଘ୍ର ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। 

ଏହି ଖବରଟିକୁ ପଢନ୍ତୁ-ରଙ୍ଗର ପର୍ବ ହୋଲିରେ ସବୁଠି ଉତ୍ସାହ; ଜମିଲାଣି ରଙ୍ଗ ଖେଳ... ମାତିଛନ୍ତି ପିଲାଠୁ ବୁଢା











Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.