ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ରାଜସ୍ଥାନର ଝୁନଝୁନରେ ହୃଦୟ ବିଦାରକ ଦୁର୍ଘଟଣା, ଦୁଇ ବୋଲୋରେ ମୁହାଁମିହିଁ ଧକ୍କାରେ ୩ ମୃତ, ୪ ଆହତ...

Published By : Ladu Kishor | January 19, 2025 10:47 PM

ନୂଆଦିଲ୍ଲୀ:ରାଜସ୍ଥାନର ଝୁନଝୁନ ଜିଲ୍ଲା ମାଲସିସର ଅଞ୍ଚଳରେ ରବିବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ, ଏଠାରେ ଦୁଇଟି ବୋଲେରୋ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଏକ ଦମ୍ପତି ଏବଂ ଜଣେ ଡ୍ରାଇଭର ଅଛନ୍ତି। ଦୁର୍ଘଟଣାରେ ବୋଲେରୋଟି ଓଲଟି ପଡ଼ିବାରୁ ଆହତଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି । 

ସୂଚନା ମୁତାବକ ଉଭୟ ସ୍ବାମୀ-ସ୍ତ୍ରୀ ସେମାନଙ୍କ ଶ୍ୱଶୁର ଘରୁ ଫେରୁଥିଲେ । ଏହି ସମୟରେ ଦୁର୍ଘଟଣା ଘଟିଛି । ଜଣେ ଗୁରୁତର ଆହତ ମହିଳାଙ୍କୁ ଜୟପୁର ରେଫର କରାଯାଇଛି । ଦ୍ୱିତୀୟ ବୋଲେରୋରେ ଯାତ୍ରା କରୁଥିବା ଅନ୍ୟ ତିନି ଜଣ ଆହତଙ୍କୁ ବିଡିକେ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୋଲିସର ସୂଚନା ଅନୁଯାୟୀ, ଏକ ବୋଲେରୋ ନିୟନ୍ତ୍ରଣ ହରାଇ ସାମ୍ନାରୁ ଆସୁଥିବା ଅନ୍ୟ ଏକ ଗାଡ଼ି ସହିତ ଧକ୍କା ହୋଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ଗୋଟିଏ ବୋଲେରୋ ଓଲଟି ପଡ଼ିଲା ଏବଂ ଅନ୍ୟଟି ଜୋରରେ ବିସ୍ଫୋରଣ ହେଲା । ସ୍ଥାନୀୟ ଲୋକମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବୋଲେରୋରେ ଫସି ରହିଥିବା ଲୋକଙ୍କୁ ବାହାର କରିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଇଛି ଏବଂ ଆହତ ମାନଙ୍କ ଚିକିତ୍ସା ଚାଲିଛି। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.