ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଜିଓ ଏୟାର ଫାଇବର ସହ ଓଡ଼ିଶାରେ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ କ୍ଷେତ୍ରରେ ଅଗ୍ରଣୀ ସ୍ଥାନ ସୁଦୃଢ଼ କରିଛି ରିଲାଏନ୍ସ ଜିଓ

Published By : Ladu Kishor | November 26, 2024 10:28 PM

ଭୁବନେଶ୍ୱର ୨୬/୧୧ : ଓଡ଼ିଶାରେ ଜିଓର ଲୋକପ୍ରିୟ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ସେବା ଜିଓ ଏୟାର ଫାଇବରର ବଢୁଥିବା ଚାହିଦା ସହିତ ଓୟାରଲାଇନ କ୍ଷେତ୍ରରେ ନିଜର ଅଗ୍ରଣୀ ସ୍ଥିତିକୁ ସୁଦୃଢ କରିଛି ରିଲାଏନ୍ସ ଜିଓ । ଭାରତୀୟ ଦୂରସଞ୍ଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ନିକଟରେ ପ୍ରକାଶିତ ହୋଇଥିବା ସଦ୍ୟତମ ଦୂରସଂଚାର ଗ୍ରାହକ ତଥ୍ୟ ଅନୁଯାୟୀ ୨୦୨୪ ସେପ୍ଟେମ୍ବର ମାସରେ ଜିଓ ରାଜ୍ୟରେ ସର୍ବାଧିକ ୧୫୮୦୦ ରୁ ଅଧିକ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ଯୋଡିବା ସହିତ ରାଜ୍ୟରେ ମୋଟ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକଙ୍କ ସଂଖ୍ୟା ୩.୫୬ ଲକ୍ଷରେ ପହଞ୍ଚିଛି । ଏଥି ସହିତ ଜିଓ ରାଜ୍ୟର ପ୍ରଥମ ଅପରେଟର ଭାବରେ ୩.୫ ଲକ୍ଷରୁ ଅଧିକ ଓୟାରଲାଇନ ଗ୍ରାହକ ହାସଲ କରିଛି । ବିବିଧ ପୃଷ୍ଠଭୂମିର ତଥା ବିଭିନ୍ନ ବୟସବର୍ଗର ଏବଂ ବିବିଧ ଭୌଗଳିକ ଅଂଚଳର ଗ୍ରାହକ ମାନେ ଡିଜିଟାଲ୍‌ କ୍ରାନ୍ତିର ପ୍ରକୃତ ଲାଭ ପାଇବାକୁ ସକ୍ଷମ ହୋଇଛନ୍ତି, କାରଣ ସେମାନେ ଏବେ ଜିଓ ଏୟାରଫାଇବର ବଳରେ ନିରବଚ୍ଛିନ୍ନ ହାଇ ସ୍ପିଡ୍‌ ବ୍ରଡବ୍ୟାଣ୍ଡ, ଅସୀମିତ ୱାଇଫାଇ ଏବଂ ବିଶ୍ୱସ୍ତରୀୟ ସର୍ବଶ୍ରେଷ୍ଠ ଗୃହ ମନୋରଞ୍ଜନର ଆନନ୍ଦ ନେଇ ପାରୁଛନ୍ତି। ରାଜ୍ୟର ସମସ୍ତ ଛୋଟ ବଡ ସହର ଓ ନଗର ସହିତ ହଜାର ହଜାର ଗ୍ରାମ ଗୁଡିକରେ ଭରସାଯୋଗ୍ୟ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ସେବା ଜରିଆରେ ଡିଜିଟାଲ ଲାଇଫଲାଇନ ପାଲଟିଛି ଜିଓ ଏୟାରଫାଇବର । ଜିଓ ଏହାର ଲୋକପ୍ରିୟ ଜିଓ ଏୟାରଫାଇବର ସେବା ମାଧ୍ୟମରେ ଶହ ଶହ ଦୁର୍ଗମ ଗାଁରେ ନିର୍ଭରଯୋଗ୍ୟ ହାଇ ସ୍ପିଡ୍‌ ବ୍ରଡବ୍ୟାଣ୍ଡ ସେବା ଉପଲବ୍ଧ କରାଇଛି । 

ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ତ୍ୱରାନ୍ୱିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ଶେଷ ମାଇଲ୍‌ ଅପ୍ଟିକାଲ୍‌-ଫାଇବର ବିସ୍ତାରରେ ରହିଥିବା କଠିନତା ଯୋଗୁଁ ବ୍ରଡ଼ବ୍ୟାଣ୍ଡ ସଂଯୋଗର ଅଭାବ ଜନିତ ସମସ୍ୟାକୁ ଦୂର କରି ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହିତ ସଂଯୁକ୍ତ କରଛି । ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୩ ରୁ ଅଧିକ ଓଟିଟି ଆପ୍‌, ସ୍ମାର୍ଟ ହୋମ୍‌ ସେବା, ୱାଇଫାଇ ଏବଂ ହାଇ ସ୍ପିଡ୍‌ ବ୍ରଡବ୍ୟାଣ୍ଡ ସହିତ ବିଶ୍ୱ ସ୍ତରୀୟ ସର୍ବାଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସେବା ପ୍ରଦାନ କରୁଛି  । ସାରା ଓଡ଼ିଶାରେ ଏବେ ୩.୫୬ ଲକ୍ଷରୁ ଅଧିକ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଉପଭୋକ୍ତା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ଜିଓ ଦୀର୍ଘ ବର୍ଷ ଧରି କ୍ରମାଗତ ଭାବେ ରାଜ୍ୟରେ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ରହିଆସିଛି  । ଓଡିଶା ଟେଲିକମ କ୍ଷେତ୍ରରେ ୪୫ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ଏବଂ ୫୨ ପ୍ରତିଶତ ରାଜସ୍ୱ ବଜାର ଅଂଶ ସହିତ ଏକ ନମ୍ବର ସ୍ଥାନରେ ରହିଥିବା ଜିଓର ରାଜ୍ୟରେ ସର୍ବବୃହତ ୪ଜି ଓ ୫ଜି ନେଟୱାର୍କ ରହିଛି । ଡିଜିଟାଲ୍‌ ଅନ୍ତର୍ଭୂକ୍ତିକରଣକୁ ତ୍ୱରାନ୍ୱିତ କରିବା ପାଇଁ ଏହାର ନିରନ୍ତର ଉଦ୍ୟମର ଅଂଶସ୍ୱରୂପ ରିଲାଏନ୍ସ ଜିଓ ଏହାର ୪ଜି / ୫ଜି ନେଟୱାର୍କ ସହିତ ଓଡିଶାର ହଜାର ହଜାର ଦୁର୍ଗମ ଗ୍ରାମଗୁଡିକୁ ଡିଜିଟାଲ ସେବା ସହିତ ସଂଯୁକ୍ତ କରିଛି । ସହରାଞ୍ଚଳ ଓ ଗ୍ରାମାଞ୍ଚଳ ମଧ୍ୟରେ ରହିଥିବା ଡିଜିଟାଲ ବୈଷମ୍ୟକୁ ଦୂର କରିବା ପାଇଁ ଏହାର ନିରନ୍ତର ପ୍ରୟାସ ମାଧ୍ୟମରେ ଜିଓ ଓଡ଼ିଶାର ଅପହଞ୍ଚ ଓ ଦୁର୍ଗମ ଅଞ୍ଚଳରେ ଏହାର ହାଇ ସ୍ପିଡ୍‌ ଡାଟା ନେଟୱାର୍କ ସ୍ଥାପନ କାର୍ଯ୍ୟ ଜାରି ରଖିଛି । ଜିଓର ନିର୍ଭରଯୋଗ୍ୟ ଡାଟା ନେଟୱାର୍କ ଅନେକ ଦୁର୍ଗମ ଅଂଚଳର ଲୋକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା ସହିତ ସେମାନଙ୍କର ତ୍ୱରିତ ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ପଥ ପରିଷ୍କାର କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.