ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଜାମ୍ମୁ କାଶ୍ମୀର ପୁଲୱାମାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଜଣେ କିମ୍ବା ଦୁଇ ଜଣ ଲୁଚି ରହିଥିବା ଆଶଙ୍କା...

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀର ପୁଲୱାମାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଥିବା ସୂଚନା ମିଳିଛି । କୁହାଯାଉଛି ଯେ ଏହି ଅଞ୍ଚଳରେ ଜଣେ ରୁ ଦୁଇ ଜଣ ଆତଙ୍କବାଦୀ ଲୁଚି ରହିଛନ୍ତି । ଏଥିପାଇଁ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି । ସୂଚନାନୁସାରେ, ପୁଲୱାମା ଜିଲ୍ଲାର ପ୍ୟାରିଗାମ ଅଞ୍ଚଳରେ ଏହି ଏନକାଉଣ୍ଟର ଚାଲିଛି । ଜାମ୍ମୁ କାଶ୍ମୀର ପୋଲିସ ଏ ସମ୍ପର୍କରେ ସୂଚନା ଦେଇଛି । ଆତଙ୍କବାଦୀଙ୍କୁ ହଟାଇବା ପାଇଁ ଭାରତୀୟ ସେନା ଏବଂ ଜାମ୍ମୁ କାଶ୍ମୀର ପୋଲିସ୍ କ୍ରମାଗତ ଭାବରେ କିଛିଦିନ ହେବ ଅପରେସନ୍ ଆରମ୍ଭ କରିଛନ୍ତି । 


ଏହି ସମୟରେ ଅନେକ ଥର ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହୋଇଛନ୍ତି । ଏହି ଅଞ୍ଚଳରେ ଆତଙ୍କବାଦୀ କାର୍ଯ୍ୟକଳାପ ଚିହ୍ନଟ ହେବା ପରେ ସୁରକ୍ଷା ବାହିନୀ ପ୍ୟାରିଗାମ ଅଞ୍ଚଳରେ ଏକ ବଡ଼ ଧରଣର କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ । ଏହାର ଜବାବରେ ସୁରକ୍ଷା ବାହିନୀ ମଧ୍ୟ ଗୁଳି ଚଳାଇଥିଲେ । 

ସୂଚନାଥାଉକି, ଯେ କାଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରତିଦିନ ଏନକାଉଣ୍ଟର ହୋଇଥାଏ । ନିକଟରେ କାଶ୍ମୀରର ଶୋପିଆନ୍ ଜିଲ୍ଲାରେ ଏକ ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଥିଲେ । ନିହତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଥିଲା । ଏହି ଆତଙ୍କବାଦୀ ଜଣକ ନିଷିଦ୍ଧ ଆତଙ୍କବାଦୀ ସଂଗଠନ TRAS ର ସଦସ୍ୟ ବୋଲି କୁହାଯାଉଥିଲା । 



Copyright © 2022 - Summa Real Media Private Limited. All Rights Reserved.