ପ୍ରମୂଖ ଖବର
  • ଢେଙ୍କାନାଳ : ଧରାପଡ଼ିଲେ ଲାଞ୍ଚୁଆ ଭାରପ୍ରାପ୍ତ ଆରଆଇ; ପିଅନ ମାଧ୍ୟମରେ ନେଉଥିଲେ ଟଙ୍କା
  • ||
  • କେନ୍ଦୁଝର : ଛତୁ ଗୋଟାଇବା ବେଳେ ଆକ୍ରମଣ କଲା ଦନ୍ତା, ୨ମହିଳା ଆହତ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା: ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ଦୋଷୀ ସାବ୍ୟସ୍ତ
  • ||
  • ଭଦ୍ରକ : ଲୁଟ୍‌ କରିବାକୁ ଆସିଥିଲେ, ସାଇରନ୍‌ ବାଜିବାରୁ ଚମ୍ପଟ ମାରିଲେ ଦୁର୍ବୃତ୍ତ
  • ||
  • ହରିୟାଣା ପରେ କେରଳ; ଅସହ୍ୟ ହେଲା ଋଣ ବୋଝ, ଜୀବନ ହାରିଲେ ଆଉ ଏକ ପରିବାର !
  • ||
  • କେନ୍ଦୁଝର : ବ୍ୟାଟେରୀ ଦୋକାନରେ ଅଗ୍ନିକାଣ୍ଡ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ
  • ||
  • ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର; ଚଳିତବର୍ଷ ଭାରତରେ ଖୋଲିବ ୧୫ ବିଦେଶୀ ବିଶ୍ୱବିଦ୍ୟାଳୟ ବ୍ରାଞ୍ଚ
  • ||
  • ମୟୂରଭଞ୍ଜ : ଟ୍ରକ୍‌ ଧକ୍କାରେ ଖଣ୍ଡ ଖଣ୍ଡ ହୋଇଗଲା ଟ୍ରାକ୍ଟର; ୨ମୃତ, ୩ଗୁରୁତର
  • ||
  • ଭୁବନେଶ୍ଵର : ୨ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, ଜୁନ୍‌ରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା
  • ||
  • କେନ୍ଦୁଝର : ୨ଟି ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍, ତଦନ୍ତ କରୁଛି ପୋଲିସ
  • ||

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Published By : Ladu Kishor | May 27, 2025 6:04 PM

ରାୟଗଡ଼(ଗଜପତି) ୨୭/୫: ମଙ୍ଗଳବାର ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅଧିନ କଇଁପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା ସାମିଲ ହୋଇଥିଲେ। ଏହି ମିଳିତ ଜନ ଅଭିଯୋଗ ଶୁଣାଣିରେ ଯୋଗଦାନ କରି କଇଁପୁର ଗ୍ରାମ ପଞ୍ଚାୟତ ସମେତ ଲକ୍ଷ୍ମୀପୁର, ଜୀରାଙ୍ଗ ଓ ଏସ.କରଡ଼ାସିଂ ପଞ୍ଚାୟତର ସମୁଦାୟ ମୋଟ ୫୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୩୬ ଗୋଟି, ସାମୂହିକ ସମସ୍ୟା ୧୬ ଗୋଟି ଅଭିଯୋଗ ଆସିଥିଲା। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।  ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା। 

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକ, ଉପାଧ୍ଯକ୍ଷ ଜ୍ୟୋତି ପ୍ରସାଦ ପାଣି, ତହସିଲଦାର  ସୁକାନ୍ତ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ସନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ବିଡିଓ ସନ୍ତୋଷ କୁମାର ବାରିକ ପରିଚାଳନା କରିଥିଲେ l

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.