ପ୍ରମୂଖ ଖବର
  • ରାଜ୍ୟରେ ଆଉ ୮ ଶିଳ୍ପକୁ ମଞ୍ଜୁରୀ, ନିବେଶ ହେବ ୧ ଲକ୍ଷ ୫୧ ହଜାର ୨୩୯ କୋଟି ଟଙ୍କା, ଢେଙ୍କାନାଳରେ ବେଦାନ୍ତ କରିବ ପ୍ଲାଣ୍ଟ
  • ||
  • ଜୁନାଗଡ଼ରେ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ, ଅଟୋ ଡ୍ରାଇଭର ଗୁରୁତର
  • ||
  • ଗୁଣପୁର : ବଜ୍ରପାତରେ ୨ ମହିଳା ମୃତ
  • ||
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

କର୍ଲାମୁଣ୍ଡା ଠାରେ ଯୁଗ୍ମ ଜନଶୁଣାଣି ଶିବିର; ୯୩ଟି ଅଭିଯୋଗ ପଞ୍ଜିକୃତ

Published By : Bijay Swain | June 16, 2025 8:57 PM

କର୍ଲାମୁଣ୍ଡା,୧୬/୬(ଆପ୍ର): କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ରାଜୀବଗାନ୍ଧି ସେବା ଭବନଠାରେ ସୋମବାର ଏକ ଯୁଗ୍ମ ଜନ ଶୁଣାଣି ଶିବିର  ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, କେସିଙ୍ଗା ଏସ୍ଡ଼ିପିଓ ସମ୍ବିତ କୁମାର ମାଝୀ, ବିଡ଼ିଓ ଦେବେନ୍ଦ୍ର ସାମଲ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, ସହକାରୀ ଯନ୍ତ୍ରୀ ସନ୍ଦୀପ କୁମାର ନାଏକଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର  ଅଧିକାରୀ ଓ ଅନ୍ୟାନ୍ୟ ବିଭାଗର ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୯୩ଜଣ ଆବେଦନକାରୀ ନିଜ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ବ୍ଲକର କୁଶୁର୍ଲା କଲୋନୀ ପଡାରେ ଦୀର୍ଘ ୩୭ ବର୍ଷ ଧରି ୧୬ଟି ପରିବାର କଲୋନି ଘର ପାଇ ବସବାସ କରୁଥିଲେ ହେଁ ସ୍ଥାୟୀ ପଟା ନ ପାଇବା, ରିଷିଡାର ଦକ୍ଷଶୀଳ ସେଠ ନାମକ ଜଣେ ଚାଷୀ ଉଦ୍ୟାନ ବିଭାଗରୁ ଦେଢ଼ ଏକର ଜାଗାରେ ଆମ୍ବ ବଗିଚା କରି ସହାୟତା ରାଶି ପାଇ ନ ଥିବା,ସିଲେଟପଡା ରାସ୍ତା ଠୁଁ କୁଶୁର୍ଲା ରାସ୍ତା ମରଣ ଯନ୍ତା ପାଲଟିଥିବା, ମୃତ୍ତିକା ବିଭାଗ ପକ୍ଷରୁ କାର୍ଯ୍ୟାଦେଶ ପାଇ ଚହଲା ଖୋଲି ହିତାଧିକାରୀ ପଇସା ପାଇ ନଥିବା , ରିଷିଡା ଜେକେ କଲେଜରେ ନିର୍ମାଣଧୀନ ଛାତ୍ରୀ ନିବାସରେ ଅନିୟମିତତା ଇତ୍ୟାଦି ଅଭିଯୋଗ ଗୁଡିକ ପଞ୍ଜିକୃତ ହୋଇଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ ଥବିର ବରିହା ଉପସ୍ଥିତ ଥିଲେ। ତେବେ ଜିଲ୍ଲାପାଳ କିମ୍ବା ଉପ ଜିଲ୍ଲାପାଳ ତଥା ଏସପି ଏହି ଜନ ଶୁଣାଣୀ ଶିବିରରେ ଯୋଗ ଦେଇ ନଥିବାରୁ ଜନ ଅସନ୍ତୋଷ ଦେଖା ଦେଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.