ମହାବିରୋଡ଼,୨୭/୫: କଙ୍କଡ଼ାହାଡ଼ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ । ମଙ୍ଗଳବାର କଙ୍କଡ଼ାହାଡ ପଞ୍ଚାୟତ ସମିତି ସଭାଗୃହ ପରିସରରେ ଲୋକଙ୍କ ଅଭିଯୋଗ ଶୁଣାଣିଲେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକର । ମୁଖ୍ୟତଃ ଗାଁ ସମସ୍ୟା, ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟ ସମସ୍ୟା, ରାସନ କାର୍ଡ, ଭତ୍ତା ଆଦି ବାବଦରେ ଅଭିଯୋଗ ହୋଇଥିଲା । ସମସ୍ତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ।
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୩୨ଟି ଅଭିଯୋଗର ଶୁଣାଣି ହୋଇଥିଲା। ଏହି ଶୁଣାଣିରେ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଦୀପ୍ତିରଞ୍ଜନ ସେଠି, କାମାକ୍ଷାନଗର ଉପ-ଜିଲ୍ଲାପାଳ ଦିନାମଣୀ ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନୀଳମଣି ଦିଲ୍ଲୀପ ଚାନ୍ଦ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୌମ୍ୟାଶ୍ରୀ ପଣ୍ଡା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯଶୋବନ୍ତ ଦେହୁରୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ହରେକୃଷ୍ଣ ନାୟକ, ବ୍ଲକ୍ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଏସ୍ ନୈବେଦ୍ୟ ଲଳିତେନ୍ଦୁ, ବ୍ଲକ୍ ଶିକ୍ଷା ଅଧିକାରୀ ସାଗର ଟୁଡୁ ସମେତ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।