ଜହ୍ନାପଙ୍କ, ୦୬/୧୦: ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ଶିବିରରେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣି ସମାଧାନ କରିଛନ୍ତି ।
ବୌଦ୍ଧ ବ୍ଲକ୍ ଓ ଏନଏସି ଅଞ୍ଚଳର ଜନ ସାଧାରଣ ସେମାନଙ୍କ ବିଭିନ୍ନ ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ନେଇ ଶିବିରକୁ ଆସିଥିଲେ । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ବୌଦ୍ଧ ତହସିଲଦାର, ବୌଦ୍ଧ ବିଡିଓଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ସମାଧାନରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି ।