PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ସ୍ଵାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଗବେଷଣା ସଂସ୍ଥାନରେ ୧୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନାକୁ ଉଦଘାଟନ କଲେ ଜେପି ନଡ୍ଡା

କଣ୍ଟାପଡ଼ା, ୩୦/୦୯ : କଟକ ଜିଲ୍ଲା ଓଲଟପୁରସ୍ଥିତ ସ୍ଵାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଗବେଷଣା ସଂସ୍ଥାନ ନିରତାରର ୧୦୦ ଶଯ୍ୟା ବିଶିଷ୍ଟ ନୂତନ ଚିକିତ୍ସାଳୟର ଲୋକାର୍ପଣ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏହି ଅବସରରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ବୀରେନ୍ଦ୍ର କୁମାର, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଓ ପଦାଧିକାରୀ ଯୋଗ ଦେଇଛନ୍ତି। ଅତିଥିମାନଙ୍କ ଦ୍ଵାରା ଏସଭି ନିରତାର ପରିସରରେ ବୃକ୍ଷରୋପଣ, ସ୍ଵାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଅନାବରଣ ଏବଂ ଥେରାପି ପାର୍କ ଉଦଘାଟନ କରାଯାଇଛି । ଏହାପରେ ଆୟୋଜିତ ଏକ ସଭାରେ ଅତିଥିମାନେ ଉଦବୋଧନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ସ୍ଵାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଗବେଷଣା ସଂସ୍ଥାନ (ଏସଭି ନିର୍ତାର) ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ ଅଧୀନ ଦିବ୍ୟାଙ୍ଗ ସଶକ୍ତିକରଣ ବିଭାଗର ଏକ ସ୍ଵାୟତ୍ତ ଶିକ୍ଷାନୁଷ୍ଠାନ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦିବ୍ୟାଙ୍ଗ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯାଉଛି । ସାଙ୍କେତିକ ଭାଷା, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ପଦ୍ଧତିରେ ପାଠପଢ଼ାର ବ୍ୟବସ୍ଥା ସହ ଏକ ସମ୍ମାନଜନକ ଜୀବନ ଦେବା ଉପରେ ଗୁରୁତ୍ୱ ଦିଆଯାଉଛି । ଦିବ୍ୟାଙ୍ଗ ଭାଇ ଭଉଣୀମାନେ କିଭଳି ଆଧୁନିକ ଟେକ୍ନୋଲୋଜିରେ ଯୋଡ଼ି ହେବେ, ସେ ଦିଗରେ ସରକାର ଧ୍ୟାନ ଦେଉଛନ୍ତି। ଆଗାମୀ ଦିନରେ @MSJEGOI ର ଦାୟିତ୍ୱ ଆଧାରରେ ଏସଭି ନିରତାରକୁ ଏକ ଅନ୍ତର୍ଜାତୀୟ ସଂସ୍ଥାରେ ପରିଣତ କରିବା ସହ ବିଶ୍ୱବିଦ୍ୟାଳୟରେ ପରିଣତ ପାଇଁ ପ୍ରଚେଷ୍ଟା କରାଯିବ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର