PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର,୧୯ା୧୧: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ଠାରେ ଶନିବାର ରାତି ୯ଟା ବେଳେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଲାଞ୍ଜିପଲ୍ଲୀ ଫାଣ୍ଡି ପୁଲିସ ଲାଞ୍ଜିପଲ୍ଲୀର ବିଜୟ ପାତ୍ର ନାମକ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।

ଲାଞ୍ଜିପଲ୍ଲୀ ଅଞ୍ଚଳର ଭଗବାନ ଗୌଡ ନାମକ ଜଣେ ଯୁବକ ବାଇପାସ ଛକରେ ଛିଡା ହୋଇଥିବା ବେଳେ ବିଜୟ ସେଠାରେ ପହଞ୍ଚି ତାଙ୍କୁ ଗାଳିଗୁଲଜ କରିବା ସହ ହଠାତ ଏକ ଖଣ୍ଡାରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଭଗବାନଙ୍କ ହାତରେ ଗଭୀର କ୍ଷତ ସୃଷ୍ଟି ହେବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବିଜୟକୁ କାବୁ କରି ଫାଣ୍ଡିକୁ ନେଇ ପଚରାଉଚରା ଜାରି ରଖିଛି।