PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଯୁବକଙ୍କୁ କଚାଡି ମାରିଲା ହାତୀ, ଦିନକ ପରେ ଠାବ ହେଲା ମୃତଦେହ

ଢେଙ୍କାନାଳ, ୨୨।୫  ଯୁବକଙ୍କୁ କଚାଡି ମାରିଦେଲା ହାତୀ । ଦିନକ ପରେ ଠାବ ହେଲା ମୃତଦେହ। ମୃତକ ହେଲେ ହିନ୍ଦୋଳ ଉପାଖଣ୍ଡର ରାସୋଳ ଥାନା ଅନ୍ତର୍ଗତ ଚିତଲପୁର ଗ୍ରାମର ନାଭ ପ୍ରଧାନ ।ସ୍ଥାନୀୟ  ଗ୍ରାମବାସୀଙ୍କ ଠାରୁ ଖବର ପାଇ ବନ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଂଚି ମୃତଦେହକୁ ଉଦ୍ଧାର କରିଛନ୍ତି।

ନାଭ ପ୍ରଧାନ ଶନିବାର   ଘରୁ  ବାହାରି ସାଇକେଲ ଯୋଗେ ବନ୍ଧୁ ଘରକୁ ଯାଉଥିଲେ। ମାତ୍ର ଆଉ ଘରକୁ ଫେରିନଥିଲେ ।  ବାଟରେ ସେ ହାତୀ ହାବୁଡରେ ପଡି ଯିବାରୁ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ।  ନାଭ ଘରକୁ ନ ଆସିବାରୁ ପରିବାର ଲୋକ ଖୋଜାଖୋଜିପରେ ତାଙ୍କ ମୃତଦେହକୁ ପାଇଥିଲେ ।

ସୂଚନାଯୋଗ୍ୟ ଯେ, ହିନ୍ଦୋଳ ବନ ଅଞ୍ଚଳରେ ଗତ ୪ ଦିନ ପୂର୍ବେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ପୁଣି ଆଜି ଜଣେ ଯୁବକଙ୍କର ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି ।