PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ବାଲିଘାଟକୁ ନେଇ ଯୁବକଙ୍କୁ ଖଣ୍ଡା ଚୋଟ

ବାଲିପାଟଣା, ୪।୭ ଯୁବକଙ୍କୁ ଖଣ୍ଡା ଚୋଟ । ଯୁବକଙ୍କ ମୁଣ୍ଡରେ ଖଣ୍ଡା ଲାଗି ରହିଥିବା ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲ୍‌ରେ ଭର୍ତ୍ତି  କରାଯାଇଛି । ଗୁରୁତର ଯୁବକ ହେଉଛନ୍ତି ବାଲିପାଟଣା ଥାନା ଝିଣ୍ଟିଶାସନ ଗ୍ରାମର ସୁଧାକର ଜେନା ।

ସୁଧାକର ରାଜସ୍ବ ମଠସାହି ଠାରେ ଥିବା ବେଳେ ୪ ଜଣ ଯୁବକ ୨ଟି ବୁଲେଟରେ ଆସି ସୁଧାକରଙ୍କ ମୁଣ୍ଡକୁ ଏକ ଖଣ୍ଡାରେ ଚୋଟ ମାରିଥିଲେ । ଖଣ୍ଡା ଚୋଟରେ ସୁଧାକରଙ୍କ ମୁଣ୍ଡରେ ଖଣ୍ଡାଟି ରହିଯାଇଥିଲା । ଆକ୍ରମଣ କରି ଦୁର୍ବୃତ୍ତମାନେ ଘଟଣା ସ୍ଥଳରୁ ଫେରାର୍ ହୋଇଯାଇଛନ୍ତି | ଗୁରୁତର ସୁଧାକରଙ୍କୁ ପ୍ରଥମେ ବାଳକାଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତୁରନ୍ତ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ୍‌ ଭର୍ତ୍ତି କରାଯାଇଛି । ବାଲିଘାଟକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି ।