ପ୍ରମୂଖ ଖବର
  • ଗୋପାଳପୁର ଗଣଦୁର୍ଷମ ଘଟଣା : ସିଆଇଡି କ୍ରାଇମବ୍ରାଞ୍ଚକୁ ତଦନ୍ତ ହସ୍ତାନ୍ତର
  • ||
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ୩ ସୁପ୍ରିମକୋର୍ଟ ଜଜ୍ ନିଯୁକ୍ତ, ଶୁକ୍ରବାର ଶପଥ ଗ୍ରହଣ

Published By : Gurupada Nath | May 29, 2025 6:05 PM

ନୂଆଦିଲ୍ଲୀ, ୨୯/୫ : କଲେଜିୟମର ସୁପାରିଶକୁ ରାଷ୍ଟ୍ରପତିଙ୍କ ଅନୁମୋଦନ । କେନ୍ଦ୍ର ସରକାର ଗୁରୁବାର ସୁପ୍ରିମକୋର୍ଟରେ ୩ଜଣ ନୂତନ ବିଚାରପତିଙ୍କ ନିଯୁକ୍ତି ବିଷୟରେ ସୂଚନା ଦେଇଛନ୍ତି । ଆଶା କରାଯାଇଥିଲା କି ଏହି ନିଯୁକ୍ତି ଗୁରୁବାର ହେବ। 

କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ଏ ନେଇ ନିଜ ଏକ୍ସରେ ଘୋଷଣା କରିଛନ୍ତି । ଭାରତୀୟ ସମ୍ବିଧାନ ଦ୍ବାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି , ରାଷ୍ଟ୍ରପତି, ଭାରତର ମୁଖ୍ୟ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ଜଷ୍ଟିସ୍ (୧)କର୍ଣ୍ଣାଟକ ହାଇକୋର୍ଟର ମୁଖ୍ୟ ବିଚାରପତି ଏନଭି ଅଞ୍ଜାରିଆ, (୨) ଗୌହାଟି ହାଇକୋର୍ଟର ମୁଖ୍ୟ ବିଚାରପତି  ବିଜୟ ବିଷ୍ଣୋଇ ଏବଂ (୩) ବମ୍ବେ ହାଇକୋର୍ଟର ବିଚାରପତି ଏ.ଏସ. ଚନ୍ଦୁରକରଙ୍କୁ ଭାରତୀୟ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ କରିବାକୁ ନେଇ ଖୁସି ହେଉଥିବା ଲେଖିଛନ୍ତି ମେଘଓ୍ବାଲ । 

ଶୁକ୍ରବାର ସକାଳେ ଭାରତର ମୁଖ୍ୟ ବିଚାରପତି ଭୂଷଣ ଆର ଗଭାଇ ଏହି ତିନି ଜଣ ବିଚାରପତିଙ୍କୁ ଶପଥ ପାଠ କରାଇବେ ବୋଲି ଆଶା କରାଯାଉଛି । ନିଯୁକ୍ତି ସମ୍ପର୍କିତ ଫାଇଲ ଗୁଡ଼ିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ପହଞ୍ଚିଥିଲା ଏବଂ ତାଙ୍କ ଅନୁମୋଦନ ପାଇଥିଲା ।  


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.