ପ୍ରମୂଖ ଖବର
  • ଭୁବନେଶ୍ଵର : ଖୁବଶୀଘ୍ର ୧୬୩୫ଟି ନୂଆ ରାଜସ୍ଵ ଗାଁର ସୀମା ପରିବର୍ତ୍ତନ, ରାଜସ୍ବ ବିଭାଗ ପକ୍ଷରୁ SOP ଜାରି
  • ||
  • ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ଟି ସ୍ଥାନରେ ଚଢାଉ
  • ||
  • ରୋପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI, ୫.୫ ପ୍ରତିଶତରେ ସ୍ଥିର ସୁଧ ହାର
  • ||
  • ଖାଦ୍ୟ ପାର୍ସଲ ଦେବାକୁ କହି ମହିଳାଙ୍କୁ ଡାକିଲେ, ଆସିବାରୁ ହତ୍ୟା ଧମକ ଡେଲିଭରି ବୟ
  • ||
  • ଓଟିଇଟି ପ୍ରଶ୍ନ ଲିକ୍‌ କେଳେଙ୍କାରୀ: ମହିଳା ଡାଟା ଏଣ୍ଟ୍ରି ଅପରେଟର୍‌ଙ୍କୁ ମାରାଥନ୍ ଜେରା, ଏବେ କ୍ରାଇମ୍‌ବ୍ରାଞ୍ଚ୍‌ ସ୍କାନର୍‌ରେ ସଭାପତି
  • ||
  • ତେଲକୋଇ : ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ
  • ||
  • ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା, ଆଜି ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ, ଝାଡ଼ସୁଗୁଡ଼ା ଏଡିଜେଏ କୋର୍ଟରେ ହେବ ଶୁଣାଣି
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା; ଉପସଭାପତି ନିହାର ମହାନ୍ତି ସସ୍‌ପେଣ୍ଡ୍, ଏବେ କ୍ରାଇମ୍‌ବ୍ରାଞ୍ଚ ସ୍କାନ୍‌ରେ ସଭାପତି
  • ||
  • ବୁଧବାର ଏବଂ ଗୁରୁବାର ପ୍ରବଳ ବର୍ଷା ସମ୍ଭାବନା, ଓଡ଼ିଶାର ଅଧାରୁ ଅଧିକ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ କିରାଣି

Published By : Suraj Kumar | August 5, 2025 10:25 PM

କୋରାପୁଟ, ୫।୮ :  ଜଣେ ମୃତ ଶିକ୍ଷକଙ୍କ ସଂଶୋଧିତ ପେନସନ  କରାଇବାକୁ  ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ନନ୍ଦପୁର ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର କିରାଣି ।  ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସେ ପଡ଼ିଛନ୍ତି। କିରାଣି ଜଣକ ହେଉଛନ୍ତି ସମ୍ବିତ ତ୍ରିପାଠୀ।

 ୨୦୧୯ ମସିହାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ  ଘଟିଥିଲା। ମୃତ ଶିକ୍ଷକଙ୍କ ସଂଶୋଧିତ ପେନସନ ଓ ଗ୍ରାଚ୍ୟୁଇଟି କାଗଜପତ୍ର ପାଇଁ ୩୦ ହଜାର ଟଙ୍କା କିରାଣି ସମ୍ବିତ ତ୍ରିପାଠୀ ତାଙ୍କ ପରିବାରକୁ ମାଗିଥିଲେ। ଏ ନେଇ ମୃତ ଶିକ୍ଷକଙ୍କ ସ୍ତ୍ରୀ ଭିଜିଲାନ୍ସରେ ଜଣାଇଥିଲେ। ଯୋଜନା ମୁତାବକ ପ୍ରଥମ ପର୍ଯ୍ୟାୟରେ ସମ୍ବିତ ୧୫ ହଜାର ଟଙ୍କା ସେମିଳିଗୁଡା ବସଷ୍ଟାଣ୍ଡରେ  ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ଟିମ୍ ମାଡି ବସିଥିଲେ। ଭିଜିଲାନ୍ସ ପକ୍ଷରୁ ସେମିଳିଗୁଡାରେ ଥିବା ସମ୍ବିତଙ୍କ  ଭଡ଼ା ଘର ଓ ନନ୍ଦପୁର ଅଫିସରେ ଚଢାଉ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.