ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଜଷ୍ଟିସ୍‌ ବେଲା ଏମ୍‌ ତ୍ରିବେଦୀ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲର ନୂଆ ଅଧ୍ୟକ୍ଷ

Published By : Prameya | December 14, 2024 10:28 AM

ଭୁବନେଶ୍ୱର, ୧୪/୧୨: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବେଲା ଏମ୍‌ ତ୍ରିବେଦୀଙ୍କୁ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି ।  ଗତ ୭ ମାସ ଧରି ଟ୍ରିବ୍ୟୁନାଲର  ଅଧ୍ୟକ୍ଷ ପଦ ଖାଲି ଥିଲା । ସୁପ୍ରିମକୋର୍ଟ  ମୁଖ୍ୟ ବିଚାରପତି ଜଷ୍ଟିସ୍‌ ତ୍ରିବେଦୀଙ୍କୁ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି ।  ଏହି ନିଯୁକ୍ତି ପରେ ମହାନଦୀ ମାମଲାର  ଶୁଣାଣି ପୁଣି ଆରମ୍ଭ ହେବ । ଏହି  ବିବାଦର ଶୀଘ୍ର ସମାଧାନ ହୋଇପାରେ  ବୋଲି ଆଶା କରାଯାଉଛି । 

ସୂଚନାଯୋଗ୍ୟ  ଯେ, ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ  ମହାନଦୀକୁ ନେଇ ଜଳ ବିବାଦ ସୃଷ୍ଟି  ହେବା ପରେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା । ରାଜ୍ୟ ସରକାର ସର୍ବୋଚ୍ଚ  ନ୍ୟାୟାଳୟଙ୍କ ଆଶ୍ରୟ ନେଇଥିଲେ ।  ୨୦୧୮ରେ ସୁପ୍ରିମକୋର୍ଟ ଜଳ ବିବାଦର  ସମାଧାନ ପାଇଁ ଟ୍ରିବ୍ୟୁନାଲ ଗଠନ  କରିଥିଲେ । କିନ୍ତୁ ଗତ ମାର୍ଚ୍ଚ ମାସରୁ  ଅଧ୍ୟକ୍ଷ ପଦ ଫାଙ୍କା ପଡ଼ିଥିଲା । ଫଳରେ  ମାମଲାର ଶୁଣାଣି ହୋଇପାରୁ ନଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.