ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେଲେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ

ନୂଆଦିଲ୍ଲୀ :  ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେଲେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ । ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ ପାଟନା ହାଇକୋର୍ଟ ବିଚାରପତି ଅଛନ୍ତି ଜଷ୍ଟିସ ସିଂ। ଗତ ନଭେମ୍ୱର ମାସରେ ସୁପ୍ରିମକୋର୍ଟ କଲେଜିୟମ ଏନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟକୁ ସୁପାରିଶ କରିଥିଲେ। ଜଷ୍ଟିସ୍ ସୁଭାଶିଷ ତଳପାତ୍ର ମୁଖ୍ୟ ବିଚା ରପତି ଭାବେ ଅବସର ନେବା ପରେ ଜଷ୍ଟିସ ଶରଣ ସିଂଙ୍କ ନାଁ ସୁପାରିଶ କରିଥିଲା କଲେଜିୟଜି ।

୧୯୬୩ ମସିହା ଜାନୁଆରୀ ୨୦ ତାରିଖରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଏଲଏଲବିରେ ଡିଗ୍ରୀ କରିଛନ୍ତି । ଏହା ପରେ ୧୯୯୦ ଅକ୍ଟୋବର ୩୦ରୁ ଜଣେ ଓକିଲ ଭାବେ କାମ ଆରମ୍ଭ କରିଥିଲେ। ତାଙ୍କୁ ୧୯୯୮ରେ କେନ୍ଦ୍ର ସରକାର ଅତିରିକ୍ତ ସ୍ଥାୟୀ ଆଇନଜୀବୀ ଭାବେ ନିଯୁକ୍ତ କରିଥିଲେ ଏବଂ ସେ ୨୦୦୧ ଯାଏଁ ଏହି ପଦରେ କାମ କରିଥିଲେ। 

ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ମୁଖ୍ୟତଃ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ, ସୀମା ଶୁଳ୍କ ଓ ଶ୍ରମ ଆଇନ ଅନ୍ତର୍ଗତରେ ଆସୁଥିବା ଅପରାଧିକ ମାମଲାର ପରିଚାଳନା କରୁଥିଲେ । ପରବର୍ତ୍ତୀ ସମୟରେ ସେ ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ ଅଫିସ ପକ୍ଷରୁ ମାମଲା ପରିଚାଳନା ପାଇଁ କମ୍ପଟ୍ରୋଲର ଏବଂ ଅଡିଟର ଜେନେରାଲଙ୍କ ଦ୍ଵାରା ପ୍ୟାନେଲ ପରାମର୍ଶଦାତା ଭାବରେ ନି ଯୁକ୍ତ ହୋଇଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.