ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଡନ, ଶପଥ ପାଠ କରାଇଲେ ରାଜ୍ୟପାଳ

Published By : Harapriya Sethi | March 26, 2025 10:20 AM

କଟକ,୨୬/୦୩: ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି । କଲିକତା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ହରିଶ୍‌ ଟଣ୍ଡନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାର ଭାବେ ଶପଥ ନେଇଛନ୍ତି । ରାଜ୍ୟପାଳ ହରିବାବୁ କୁମ୍ଭମ୍‌ପତି ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ଆଇନମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, ଆଡଭୋକେଟ ଜେନେରାଲ, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା, ହାଇକୋର୍ଟର କର୍ମଚାରୀ ଏବଂ ରାଜ୍ୟର ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ। ହାଇକୋର୍ଟ ପରିସରରେ ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। 

ଜଷ୍ଟିସ ଟଣ୍ଡନଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୬ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ। କେନ୍ଦ୍ର ସରକାରଙ୍କ ସହମତି ପରେ ରାଷ୍ଟ୍ରପତି ଏହି ନିଯୁକ୍ତି ପ୍ରଦାନ କରିଛନ୍ତି । ଏହା ପୂର୍ବରୁ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଥିଲେ ଜଷ୍ଟିସ୍‌ ଟଣ୍ଡନ। ଗତ ଜାନୁଆରୀ ୧୯ ତାରିଖରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡିଶା ହାଇକୋର୍ଟରୁ ଅବସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ରହିଥିଲା। ସେବେଠାରୁ ଜଷ୍ଟିସ୍‌ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। 

୧୯୬୪ ମସିହା ନଭେମ୍ବର ୧୬ ତାରିଖରେ ଜଷ୍ଟିସ୍‌ ଟଣ୍ଡନଙ୍କର ଜନ୍ମ । ୧୯୮୩  ମସିହାରେ କଲିକତା ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ ପରେ ୧୯୮୯ ରେ ସେହି ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ। ସେହିବର୍ଷ ସେପ୍ଟେମ୍ବର ୨୬ ତାରିଖରେ ଓକିଲ ଭାବେ ନାମ ପଞ୍ଜିକରଣ କରି ସେ ପ୍ରାକ୍ଟିସ୍‌ ଆରମ୍ଭ କରିଥିଲେ। ଦେୱାନି ମାମଲା ପରିଚାଳନାରେ ସେ ସିଦ୍ଧହସ୍ତ । ୨୦୧୦ ଏପ୍ରିଲ ୧୩ ତାରିଖରେ କଲିକତା ହାଇକୋର୍ଟରେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ସେବେଠାରୁ ସେ କଲିକତା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରି ଅନେକ ଦୃଷ୍ଟାନ୍ତମୂଳକ ରାୟ ପ୍ରଦାନ କରିଛନ୍ତି । ଜଷ୍ଟିସ୍‌ ହରିଶ୍‌ ଟଣ୍ଡନଙ୍କ ଓଡିଶା ହାଇକୋର୍ଟରେ ଯୋଗଦାନ ପରେ ବିଚାରପତିଙ୍କ ସଂଖ୍ୟା ୧୯ ରେ ପହଞ୍ଚିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.