ପ୍ରମୂଖ ଖବର
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଓଡ଼ିଶାର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ , ନିଯୁକ୍ତି ଦେଲେ ରାଷ୍ଟ୍ରପତି

Published By : Anindita Ratha | March 21, 2025 2:03 PM

ଭୁବନେଶ୍ବର,୨୧/୦୩: ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶାର ନୂଆ ମୁଖ୍ୟ ବିଚାରପତି । ଖୁବଶୀଘ୍ର ସମ୍ଭାଳିବେ ଦାୟିତ୍ବ।  ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ ପରେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ । ବର୍ତ୍ତମାନ କୋଲକାତା ହାଇକୋର୍ଟରେ ବିଚାରପତି ପଦରେ ଅଛନ୍ତି  ଜଷ୍ଟିସ ଟଣ୍ଡନ ।   ୧୯ ଜାନୁଆରୀ ୨୦୨୫ରେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ଖାଲି ପଡ଼ିଥିବା ପଦବୀ ପାଇଁ ଏହି ସୁପାରିଶ କରାଯାଇଥିଲା ।



ସୂଚନା ମୁତାବକ, ୨୦୧୦ ମସିହା ଏପ୍ରିଲ ୧୩ ତାରିଖରୁ ହରିଶ ଟଣ୍ଡନ କୋଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ସର୍ବଭାରତୀୟ ହାଇକୋର୍ଟ ବିଚାରପତିଙ୍କ ବରିଷ୍ଠତା ତାଲିକାରେ ଜଷ୍ଟିସ ହରିଶ ୭ମ ସ୍ଥାନରେ ଅଛନ୍ତି ।  ଏହା ସହ ସେ କୋଲକାତା ହାଇକୋର୍ଟର ସବୁଠୁ ବରିଷ୍ଠ ବିଚାରପତି । ପଦୋନ୍ନତି ପୂର୍ବରୁ ସେ କୋଲକାତା ହାଇକୋର୍ଟରେ ଦେୱାନୀ ମାମଲାର ବିଚାର କରୁଥିଲେ। ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ବର୍ତ୍ତମାନ ଆଲ୍ଲାବାଦ୍ ହାଇକୋର୍ଟକୁ ବଦଳି କରାଯାଇଛି । 

 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.