କେସିଙ୍ଗା,୪/୧୦:  ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି  ଚିତ୍ତ ରଞ୍ଜନ ଦାସ । କଳାହାଣ୍ଡି ମାଣିକେଶ୍ୱରୀ ଦର୍ଶନ ପାଇଁ ଯାଉଥିବା ବେଳେ ମଝି ରାସ୍ତାରେ ଗାଡ଼ି ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇଥିଲା। କୌଣସି ମତେ ଗାଡିଟିକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ ଚାଳକ। ମିଳିଥିବା ସୂଚନା ଅନୁସାରେ ଜଷ୍ଟିସ ଦାସ ପରିବାର ସହିତ ବିଭିନ୍ନ ଦର୍ଶନୀୟ ପୀଠ ଓ ସ୍ଥାନକୁ ପରିଭ୍ରମଣରେ ଆସିଥିଲେ।

ଶୁକ୍ରବାର କେସିଙ୍ଗା କିନେରକେଲା ନିକଟରେ ୨୬ ନମ୍ବର ଜାତୀୟ ରାଜପଥରେ ଥିବା ଏକ ଗାଢ଼ରେ ତାଙ୍କ ଗାଡି ପଡିଯାଇଥିଲା । ଏହା ପରେ ତାଙ୍କ ଗାଡିର ଦୁଇଟି ଚକ ଫାଟି ଯିବା ସହ ଗାଡି ଭାରସାମ୍ୟ ହରାଇଥିଲା । ହେଲେ କୌଣସି ମତେ ଗାଡିଟିକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ ଚାଳକ । ପରେ ଅନ୍ୟ ଏକ ଗାଡ଼ିରେ ଜଷ୍ଟିସ ଚିତ୍ତ ରଞ୍ଜନ ଦାସଙ୍କୁ ଭବାନୀପାଟଣା ପଠାଯିବା ସହିତ ଗାଡ଼ିରେ ନୂତନ ଟାୟାର ଲଗାଯାଇଥିଲା । ଜାତୀୟ ରାଜପଥର ଅନେକ ସ୍ଥାନରେ ଗାଢ଼ ଥିବା ସତ୍ବେ ଏହାକୁ ମରାମତି କରାଯାଉନଥିବାରୁ ଅନେକ ସମୟରେ ଏଭଳି ଘଟଣା ଘଟୁଥିବା କୁହାଯାଉଛି ।