ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ଭୁବନେଶ୍ଵର, ୨୨/୦୫ : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବିଜେଡିକୁ ଆଉ ଏକ ଝଟ୍‌କା। ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା। ଦଳର ସଭାପତିଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। ବିଜେଡି ଛାଡ଼ିଥିବା ନେଇ ଭିଡିଓ ବାର୍ତ୍ତା ଜରିଆରେ ସୂଚନା ଦେଇଛନ୍ତି। ଟିକଟ ନମିଳିବାରୁ ସେ ଅସନ୍ତୁଷ୍ଟ ହୋଇ ଦଳରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି। 

ଚଳିତ ସାଧାରଣ ନିର୍ବାଚନରେ ବିଜେଡି ତାଙ୍କୁ ପ୍ରାର୍ଥୀ କରିନଥିବାରୁ ଅସନ୍ତୁଷ୍ଟ ଥିଲେ ଜ୍ୟୋତିପ୍ରକାଶ। ଖୁବଶୀଘ୍ର ସେ ବିଜେପିରେ ଯୋଗ ଦେବାନେଇ ଚର୍ଚ୍ଚା ଜୋର୍ ଧରିଛି। ସେ ଗତ ୧୦ ବର୍ଷ ଧରି ବିଜେଡିରୁ ବିଧାୟକ ଭାବେ ସିମୁଳିଆରୁ ପ୍ରତିନିଧିତ୍ୱ କରି ଆସୁଥିଲେ। ବିଜେଡି ଟିକେଟରୁ ସେ ୨୦୧୪ -୨୦୧୯ ଏବଂ ୨୦୧୧୯-୨୦୨୪ ପର୍ଯ୍ୟନ୍ତ ବିଧାୟକ ଥିଲେ। ଏହାସହ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.