ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ତାଣ୍ଡବ ରଚିଲା କାଳବୈଶାଖୀ; ଘଣ୍ଟାଏ ଯାଏ ବିଦ୍ୟୁତ୍ ସେବା ଠପ୍

Published By : Bijay Swain | May 14, 2025 9:10 PM

ରାଉରକେଲା: ରାଉରକେଲା ସହରରେ ଆଜି କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏହି କାଳବୈଶାଖୀରେ ସହରର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ଯାଇଥବା ବେଳେ କିଛି ଜାଗାରେ ବିଦ୍ୟୁତ୍ ଖୁଣ୍ଟ ମଧ୍ୟ ଉପୁଡ଼ି ପଡ଼ିଛି।

ଅପରାହ୍ନ ପ୍ରାୟ ସାଢେ଼ ୪ଟା ରେ ହଠାତ୍ ଆକାଶରେ କଳା ବାଦଲ ଛାଇ ଯାଇଥିଲା। ଦେଖୁ ଦେଖୁ ପ୍ରବଳ ବେଗରେ ପବନ ହେବା ସହ ବର୍ଷା ହୋଇଥିଲା। ବର୍ଷା ପ୍ରାୟ ଏକ ଘଂଟା ଧରି ଲାଗିରହିଥିବା ବେଳେ ପ୍ରବଳ ପଵନ ଯୋଗୁ ରିଙ୍ଗ ରୋଡ, ଛେଣ୍ଡ, ସେକ୍ଟର ଅଞ୍ଚଳରେ ଗଛ ଭାଙ୍ଗିଯାଇଥିଲା। ଫଳରେ  ଗାଡ଼ି ଯାତାୟତରେ ବାଧାପ୍ରାପ୍ତ ହୋଇଥିଲା। ଏପରିକି ସେକ୍ଟର ୭ ସମେତ କିଛି  ଅଞ୍ଚଳରେ ବିଦ୍ୟୁତ୍ ଖୁଣ୍ଟ ମଧ୍ୟ ଭାଙ୍ଗିଯାଇଥିଲା। 

ସେକ୍ଟର ୬ ଟେଲିଫୋନ ଭବନସ୍ଥିତ ସରବୋର୍ ଉଦ୍ୟାନ ନିକଟରେ ଲାଗିଥିବା ତ୍ରିରଙ୍ଗା ଉଡ଼ି ପାଖରେ ଥିବା ଏକ ବିଦ୍ୟୁତ୍ ଟାୱାରରେ ଲାଗିଥିବାର ଦେଖିବାକୁ ମିଳିଥିଲା। କାଳବୈଶାଖୀ ଯୋଗୁ ପ୍ରାୟ ଘଣ୍ଟାଏ ପର୍ଯ୍ୟନ୍ତ ବିଦ୍ୟୁତ୍ ସରବରାହ ବନ୍ଦ କରାଯାଇଥିଲା। ପ୍ରାୟ ସାଢେ଼ ୫ଟା ପରେ ବିଦ୍ୟୁତ୍ ବିଭାଗ ପକ୍ଷରୁ ମରାମତି କାର୍ଯ୍ୟ ଚାଲିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.