ପ୍ରମୂଖ ଖବର
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

୧୪ ଜିଲ୍ଲାକୁ କାଳବୈଶାଖୀ ଓ୍ବାର୍ଣ୍ଣିଂ, ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା

Published By : Suraj Kumar | March 20, 2025 4:59 PM

ଭୁବନେଶ୍ବର, ୨୦।୩ : ଆସନ୍ତା କାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ୧୪ ଜିଲ୍ଲାକୁ ଓ୍ବାର୍ଣ୍ଣିଂ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୪ ଜିଲ୍ଲା ପାଇଁ ଅରେଞ୍ଜ,୧୦ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ବେଳେ ବର୍ଷା,ପବନ,ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏପରିକି କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ । ତେବେ ଆସନ୍ତା ୨୪ ଯାଏଁ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି। 

୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜସ ବାଲେଶ୍ୱର , କେଉଁଝର, ସୁନ୍ଦରଗଡ  ।ସେହିପରି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ଜିଲ୍ଲା ଗୁଡିକ ହେଲା ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବରଗଡ, ସୋନପୁର ,ବୌଦ୍ଧ ଓ ଯାଜପୁର । ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏଥିସହ କେତେକ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି  ୫୦-୬୦ କିଲୋମିଟର ରହିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।  

ସେହିପରି ଆସନ୍ତା କାଲି  ୫ ଜିଲ୍ଲାରେ ବିଜୁଳି ଘଡଘଡି ଜନିତ ବର୍ଷା ନେଇ ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ,ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଦେଓଗଡ, ଅନୁଗୁଳ, ଢେଙ୍କାନାଳ, ଜାଜପୁର, ବାଲେଶ୍ୱର, ଭଦ୍ରକ, ନୂଆପଡା, ବଲାଙ୍ଗିର,ବରଗଡ, ସୋନପୁର, ବୌଦ୍ଧ, କଟକ, କେନ୍ଦ୍ରାପଡା, ଜଗତସିଂହପୁର  ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ ହୋଇଛି । ଏଭଳି ପାଗ ଆସନ୍ତା ୨୪ ତାରିଖ ଯାଏଁ ଚାଲିବ । ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ବାୟୁମଣ୍ଡଳ ଉପରିଭାଗରେ ରହିଛି ଲଘୁଚାପ ପ୍ରଭାବ । ଏଥିସହ ଉତ୍ତର ପଶ୍ଚିମ ଭାରତରେ ରହିଛି ଏକ ଟ୍ରାପ ଲାଇନ୍ । ଏହା ଫଳରେ ରାଜ୍ୟରେ କାଳ ବୈଶାଖୀ ବର୍ଷା ହେବ । ଏଥିସହ କେତେକ ସ୍ଥାନରେ ପବନର ବେଗ ୭୦-୭୫ କିଲମୋମିଟର ଯାଏଁ ହେବ ବୋଲି କହିଛନ୍ତି ବିଶେଷଜ୍ଞ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.