୧୯ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କ ସୂଚନା

source;www.picbob.com
ଭୁବନେଶ୍ୱର ୧୩/୬: ୧୯ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା । ୧୯ ଜିଲ୍ଲା ପାଇଁ କାଳବୈଶାଖୀର ସତର୍କ ସୂଚନା ଦେଲା ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, କଟକ, ନୟାଗଡ, ଖୋର୍ଦ୍ଧା, କନ୍ଧମାଳ, ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗିର । ଏହି ସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ରାତି ୮ଟା ଯାଏଁ ସତର୍କ ରହିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।