ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

କଳାହାଣ୍ଡିରେ ପୁଣି ଦାଦନ ଦୁଃଖ; କେରଳରୁ ଫେରିଲା ଯୁବ ଶ୍ରମିକଙ୍କ ମୃତଦେହ

Published By : Prameya | May 13, 2025 11:32 PM

ଲାଞ୍ଜିଗଡ଼,୧୩।୫: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବୃଦ୍ଧି ପାଉଥିବା ସମେତ ଅନେକ ସମୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସୁଛି।କୋଡ଼ିଏ ଦିନ ତଳେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ବେନଗାଁ ପଞ୍ଚାୟତ ଅନ୍ତର୍ଗତ ବରାପାଲି ଗାଁର ଜଣେ ୪୫ ବର୍ଷୀୟ ଶ୍ରମିକଙ୍କର କେରଳରେ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମାତ୍ର କୋଡ଼ିଏ ଦିନ ପରେ ଲାଞ୍ଜିଗଡ଼ ଅଞ୍ଚଳରେ ପୁଣି ଆଉ ଜଣେ ଦାଦନ ଶ୍ରମିକଙ୍କ ମୃତ ଦେହ ଗାଁରେ ପହଞ୍ଚିଛି। ପରିବାର ପ୍ରତିପୋଷଣ ପାଇଁ କେରଳର ଏର୍ନାକୁଲମ ଜିଲ୍ଲାକୁ ଦାଦନ ଖଟିବାକୁ ଯାଇଥିବା କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା କାନକୁଟ୍ରୁ ପଞ୍ଚାୟତ ଅନ୍ତର୍ଗତ ତଳକାଳେଶ୍ଵର ଗାଁର ଯୁବକ ତ୍ରିନାଥ ବିଭାର (୨୧)ଙ୍କ ସୋମବାର ସେଠାରେ ମୃତ୍ୟୁ ଘଟିଛି। 

ସୂଚନା ଅନୁସାରେ ତ୍ରିନାଥ ବିଭାର ମାସେ ହେଲା ଏର୍ନାକୁଲମ ଜିଲ୍ଲାକୁ ଯାଇ ଏକ ଘରୋଇ ପ୍ଲାଷ୍ଟିକ କମ୍ପାନୀରେ କାମକରୁଥିଲେ। ଦିନେ ହଠାତ ତାଙ୍କ ଦେହ ଅସୁସ୍ଥ ହେବାରୁ ପ୍ରଥମେ ନିକଟସ୍ତ ଆଳୁୱା ସରକାରୀ ଡାକ୍ତରଖାନାକୁ ଯାଇ ଚିକିତ୍ସା ହୋଇଥିଲେ। ପରେ ଧିରେ ଧିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗମ୍ଭୀର ହେବାରୁ ସେ ଘରକୁ ଫେରୁଥିଲେ। ଫେରିବାବେଳେ ଟ୍ରେନରେ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତ୍ରିନାଥ ତାଙ୍କ ଭିଣୋଇଙ୍କୁ ଫୋନ୍ କରି ଜଣାଇଥିଲେ। ପରେ ତାଙ୍କ ଭିଣୋଇ ପୋଲିସକୁ ଫୋନ୍ କରି ଜଣାଇବାରୁ ବିଜୟୱାଡ଼ା ରେଳୱେଷ୍ଟେସନରୁ ବିଜୟୱାଡା ପୋଲିସ ତାଙ୍କୁ ଜିଲ୍ଲା ଡାକ୍ତରଖାନା ଇଲୁରୁ ଠାରେ ଭର୍ତ୍ତି କରାଇଥିଲେ। ଖବର ପାଇ ପରିବାର ଲୋକେ ଉକ୍ତ ସ୍ଥାନରେ ପହଞ୍ଚିଥିଲେ। ତେବେ ସେହି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମଇ ୧୨ ତାରିଖ ସୋମବାର ଦିନ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ନିଜ ଜନ୍ମମାଟି ତଳ କାଳେଶ୍ଵର ଗାଁକୁ ମଙ୍ଗଳବାର ମରଶରୀର ପହଞ୍ଚିବା ପରେ ଗାଁ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରିଥିଲେ। ସେ ଥିଲେ ପରିବାରର ଏକମାତ୍ର ରୋଜଗାରିଆ ପୁଅ। ପୁଅକୁ ହରାଇ ସାରା ପରିବାର ଭାଙ୍ଗିପଡ଼ିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.