ମ.ରାମପୂର/ଭବାନୀପାଟଣା, ୨୬/୦୫ : କଳାହାଣ୍ଡି ଜିଲ୍ଲାରେ ଅଭାବନୀୟ ଘଟଣା। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ। ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଏହି ଘଟଣା ଘଟିଛି। ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।
ସୂଚନାନୁଯାୟୀ, ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ପାଇଖାନା ଟାଙ୍କିରେ ସେଣ୍ଟ୍ରିଂ ଖୋଲୁଥିବା ବେଳେ ବଡ଼ ଅଘଟଣ ଘଟିଛି। ମୃତକଙ୍କ ମଧ୍ୟରେ ୩ ମିସ୍ତ୍ରୀ, ଜଣେ ଶ୍ରମିକ, ମାଲିକ ଏବଂ ତାଙ୍କ ପୁଅ ଅଛନ୍ତି। ପ୍ରଥମେ ଜଣେ ମିସ୍ତ୍ରୀ ପାଇଖାନା ଟାଙ୍କି ଭିତରେ ପଡ଼ି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଉ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ପାଇଖାନାର ନିର୍ମାଣକାରୀ ଗୌଡ଼ କର୍ଲାଖୁଣ୍ଟା ଗାଁର ନିମାଇଁ ପାଲ(୪୮) ତାଙ୍କ ପୁଅ ଆକାଶ ପାଲ (୨୮), ସହଯୋଗୀ ଶ୍ରମିକ ଅଦଲ ମାଝୀ (୫୫), ମାଟୋଗଣ୍ଡା ଗାଁର ମନୋରଞ୍ଜନ ହାତୀ (୨୭), ଦୁଟାଗାଁର ଛନ୍ଦା ଜାଲ ଓ ବିପୁଲ ଜାଲ। ସେହିପରି ଗୁରୁତର ଜଣକ ହେଲେ ହାତୀଖୋଜ ଗାଁର ପଙ୍କଜ ଯାନୀ (୩୨)। ତାଙ୍କୁ ଏମ ରାମପୁର ମେଡିକାଲରୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି।
ଏହି ଖବରଟିକୁ ପଢନ୍ତୁ- Gender Discrimination : ଯାଆଁଳା କନ୍ୟା ଜନ୍ମ କରିବାରୁ ପୁଅବୋହୂଙ୍କୁ ଘରୁ ତଡ଼ିଦେବା ଘଟଣା, ଜେଲ୍ ଗଲେ ଶ୍ୱଶୁର, ଶାଶୂ-ନଣନ୍ଦ ଫେରାର
କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁରଠାରେ ନିର୍ମାଣାଧୀନ ସ୍ଥାନରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ୬ ଜଣଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ…
— CMO Odisha (@CMO_Odisha) May 26, 2026