ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଭବାନୀପାଟଣା ବିଶ୍ଵବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

Published By : Rasmita Pradhan | December 25, 2024 11:17 AM

ଭବାନୀପାଟଣା, ୨୫/୧୨ : ଭବାନୀପାଟଣା ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ପରଲୋକ। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ଏନେଇ ବିଶ୍ଵବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ ସୂଚନା ଦେଇଛନ୍ତି। ଦୀର୍ଘଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ ସଞ୍ଜୟ ଶତପଥୀ।  

ବୁଧବାର ସକାଳ ୮ ଟାରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପ୍ରଫେସର ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଯାଇଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ କର୍କଟ ରୋଗରେ ଆକ୍ରାନ୍ତ ଥିବାବେଳେ ତାଙ୍କୁ ବ୍ରେନ୍ ଷ୍ଟ୍ରୋକ ମଧ୍ୟ ହୋଇଥିବା ଜଣାପଡିଥିଲା। ଗତ ଅକ୍ଟୋବର ଠାରୁ ଦେହ ଅସୁସ୍ଥ ଥ‌ିବା ନେଇ ସେ ବିଶ୍ବବିଦ୍ୟାଳୟରୁ ଛୁଟି ନେଇଥିଲେ।  

୨୦୨୧ ଏପ୍ରିଲ ମାସରେ ସେ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟରେ ଯୋଗ ଦେଇଥିଲେ। ସେ ଆସିବା ପରଠାରୁ ବିଶ୍ବବିଦ୍ୟାଳୟର ଅନେକ ଉନ୍ନତିମୂଳକ କାମ କରିଥିଲେ । ସେ ସିଧାସଳଖ ପିଲାଙ୍କ ସହ ମିଶି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରୁଥିଲେ । ପିଲାଙ୍କ ସମସ୍ୟା ବୁଝୁଥିଲେ ଓ ସମାଧାନର ବାଟ ମଧ୍ୟ କହୁଥିଲେ । ସେଥିପାଇଁ ପ୍ରତି ଛାତ୍ରଛାତ୍ରୀଙ୍କ ପ୍ରିୟ ଥିଲେ।ସେ ଏକାଧାରାରେ ଜଣେ ଶିକ୍ଷାବିତ୍, ପ୍ରବଚକ, ସାହିତ୍ୟିକ ସର୍ବୋପରି ଜଣେ ବିଶିଷ୍ଟ ପ୍ରାବନ୍ଧିକ ଭାବରେ ବେଶ୍ ଜଣାଶୁଣା। ରାଜ୍ୟର ବିଭିନ ଧର୍ମାନୁଷ୍ଠାନ ସହ ସେ ଦୀର୍ଘବର୍ଷ ହେଲା ଜଡିତ ରହିଥିଲେ । ତାଙ୍କ ପରଲୋକ ଖବର ଶୁଣି ବିଶ୍ବବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ କର୍ତ୍ତୃପକ୍ଷ, ଭାରପ୍ରାପ୍ତ କୁଳପତି ଶୋକ ପ୍ରକାଶ କରିଛନ୍ତି।


 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.