ପୁରୀ,୧୯/୦୮: ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା ଅବସରରେ ଭାଦ୍ରବ କୃଷ୍ଣ ଏକାଦଶୀ ମଙ୍ଗଳବାର ଶ୍ରୀବିଗ୍ରହଙ୍କ କାଳୀୟଦଳନ ନୀତି ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । କାଳୀୟଦଳନ ବେଶରେ ମହାପ୍ରଭୁ ଉଭା ହେବେ । ସାତ ଫଣା ଥାଇ କାଳୀୟନାଗ ଉପରେ ଶ୍ରୀଜଗନ୍ନାଥ ନୃତ୍ୟ କରୁଥିବା ଭଙ୍ଗିରେ ଦର୍ଶନ ଦେବେ । କାଳୀୟ ନାଗ ଠାକୁରଙ୍କ ଶ୍ରୀଅଙ୍ଗକୁ ଆବୃତ କରିଥିବ । କାଳିନ୍ଦୀ ହ୍ରଦର ଭୟାବହ କାଳୀୟ ସର୍ପକୁ ଶ୍ରୀକୃଷ୍ଣ ଦଳି ଦମନ କରିଥିଲେ । ଏହି ଆଖ୍ୟାୟିକା ସ୍ମୃତିରେ ବଡ଼ଦେଉଳରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହୋଇଥାଏ । ଏହି ଅବସରରେ ଧେନୁକାସୁର ବଧ ପ୍ରସ୍ତାବ ଆଗତ ହେବ ।

ଖୋର୍ଦ୍ଧା ବିଜେଡି ଜିଲ୍ଲା ସଭାପତି କସରତ: ଆଶାୟୀ ଦୌଡ଼ର...