ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ବିଷାକ୍ତ ମଦ ପିଇ ୨୯ ମୃତ,୬୦ରୁ ଉର୍ଦ୍ଧ୍ୱ ଗୁରୁତର

ନୂଆଦିଲ୍ଲୀ,୨୦/୬: ତାମିଲନାଡୁରେ ବିଷାକ୍ତ ମଦ ପିଇ ୨୯ ମୃତ । ଏଥିସହ ୬୦ରୁ ଅଧିକ ଲୋକେ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାମିଲନାଡ଼ୁର କଲ୍ଲାକୁରିଚି ଜିଲ୍ଲାରେ ଘଟିଛି ଏପରି  ସାଂଘାତିକ ଘଟଣା। ।  ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ଶ୍ରମିକ ଶ୍ରେଣୀର କିଛି ଲୋକ ବିଷାକ୍ତ ମଦ୍ୟପାନ କରିଥିଲେ । ଆଉ ଘରେ ପହଞ୍ଚିବା ପରେ ସେମାନେ ଅସୁସ୍ଥ ଅନୁଭବ କରିଥିଲେ । ଧୀରେ ଧୀରେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା । ପରେ ପେଟରେ ଯନ୍ତ୍ରଣା ଅନୁଭବ ହେବା ସହ ବାନ୍ତି ହେବା ଭଳି ଲକ୍ଷଣ ଦେଖାଯାଇଥିଲା । ଏହାସହ ଆଖିରେ ଯନ୍ତ୍ରଣା ଅନୁଭୂତ ହୋଇଥିଲା । ଫଳରେ ୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ୬୦ରୁ ଉର୍ଦ୍ଧ୍ବ ଜଣ  ଗୁରୁତର ଅବସ୍ଥାରେ ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଏହି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।  

ସେପଟେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ବେଆଇନ ଭାବେ ମଦ ବିକ୍ରି କରୁଥିବା କେ. କନ୍ନୁକୁଟ୍ଟିଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ତାଙ୍କ ନିକଟରୁ ୨ଶହ ଲିଟର ମଦ ଜବତ ହୋଇଥିବା ବେଳେ ତାହାକୁ ପରୀକ୍ଷା ନିମନ୍ତେ ଲ୍ୟାବ୍‌କୁ ପଠାଯାଇଥିଲା। ଏହାପରେ ସେଥିରେ ବିଷାକ୍ତ ମିଥାଇଲ ନାମକ ପଦାର୍ଥ ଥିବା ଜଣାଯାଇଛି। ଏନେଇ  ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ନିଜ କର୍ତ୍ତ୍ୟବରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। 





  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.