ପ୍ରମୁଖ ଖବର
  • କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାର, ତାଲିକାରେ ବହୁ ହେବିଓ୍ବେଟ୍
  • ||
  • ଜୟପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆରମ୍ଭ କରିବେ ପ୍ରଚାର
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର
  • ||
  • ରାଜଧାନୀରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ରୁମ୍‌ରେ ଥିବା ଅନ୍ୟ ଜଣେ ଯୁବତୀ ଫେରାର
  • ||
  • ବ୍ରହ୍ମଗିରି ଆସନରୁ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଉପାସନା ମହାପାତ୍ର
  • ||
  • କଂଗ୍ରେସ ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତ ଫେରାଇଲେ ଟିକେଟ୍
  • ||
  • ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର, ୫ରେ ପୁଣି ଆସିବେ ଜେପି ନଡ୍ଡା
  • ||
  • ଶନିବାର ୪ ଜିଲ୍ଲାରେ ପ୍ରଚାର କରିବେ ନବୀନ, ସକାଳ ସାଢ଼େ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କମ୍ପିବ ମଇଦାନ୍
  • ||
  • IPL 2024: ଚିନ୍ନାସ୍ୱାମୀରେ ବେଙ୍ଗାଲୁରୁକୁ ଭେଟିବ ଗୁଜରାଟ, ଦେଖିବାକୁ ମିଳିବ ରୋଚକ ଲଢ଼େଇ
  • ||
  • ତାତିରେ ଲାଗିବ ବ୍ରେକ୍: ଆଜିଠୁ ଉପକୂଳ, ୭ରୁ ସାରା ଓଡ଼ିଶାରେ ଖସିବ ପାରଦ, ୧୨ ଯାଏଁ ବିକ୍ଷିପ୍ତ ବର୍ଷା ଆଶାଙ୍କା
  • ||

ନିର୍ବାଚନୀ ମୈଦାନକୁ ଓହ୍ଲାଇଲେ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା, ଏହି ଆସନରେ ପ୍ରାର୍ଥୀ ଘୋଷଣା କଲା JMM...

ନୂଆଦିଲ୍ଲୀ: ଝାଡଖଣ୍ଡର ପୂର୍ବତନ ସିଏମ ହେମନ୍ତ ସୋରେନଙ୍କ ପତ୍ନୀ ଳ୍ପନା ସୋରେନ ନିର୍ବାଚନ ରାଜନୀତିରେ ପାଦ ରଖିଛନ୍ତି । ଗାଣ୍ଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି । ଯଦିଓ ତାଙ୍କୁ ନିର୍ବାଚନ ରାଲିରେ ଦେଖିବାକୁ ମିଳିଥିଲା, ତଥାପି ନିର୍ବାଚନ ରାଜନୀତିରେ ସେ ଯୋଗଦେବେ କି ନାହିଁ ସେନେଇ ଅନେକ କଳ୍ପନାଜଳ୍ପନା ଲାଗି ରହିଥିଲା। ବର୍ତ୍ତମାନ ତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା ପରେ ଚିତ୍ର ସମ୍ପୂର୍ଣ୍ଣ ସ୍ପଷ୍ଟ ହୋଇଯାଇଛି । ମେ ୨୦ ରେ ଏହି ଆସନରେ ମତଦାନ ଅନୁଷ୍ଠିତ ହେବ।

ଜେଏମଏମ କହିଛି ଯେ, ଲୋକସଭା ସାଧାରଣ ନିର୍ବାଚନ ୨୦୨୪ ଏବଂ ଗାଣ୍ଡେୟ ବିଧାନସଭା ଉପ-ନିର୍ବାଚନ ୨୦୨୪ ରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ପ୍ରାର୍ଥୀଙ୍କ ଅନ୍ତିମ ତାଲିକା ପ୍ରକାଶ ପାଇଛି । ଜାମସେଦପୁର ଲୋକସଭା ନିର୍ବାଚନ ମଣ୍ଡଳୀରୁ ସମୀର ମୋହାନ୍ତି ପ୍ରତିଦ୍ୱନ୍ଦ୍ୱିତା କରିବେ । ସେପଟେ ଗାଣ୍ଡେୟ ବିଧାନସଭା ଆସନରୁ ଳ୍ପନା ସୋରେନଙ୍କୁ ପ୍ରାର୍ଥୀ କରାଯାଇଛି।

ତେବେ ନାମ ଘୋଷଣା ପୂର୍ବରୁ ମଧ୍ୟ କଳ୍ପନା ସୋରେନ ଗାଣ୍ଡେୟ ଆସନ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିଲେ । ଏହି ଆସନ ଝାଡଖଣ୍ଡର ଗିରିଡିହ ଜିଲ୍ଲା ଅଧୀନରେ ରହିଛି। ନିକଟରେ କଳ୍ପନା ସେଠାରେ ଜେଏମଏମ କର୍ମୀ ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିଥିଲେ ।

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.