ପ୍ରମୂଖ ଖବର
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ଆନ୍ଦୋଳନରେ ସାମିଲ ହେଲା କନ୍ଧମାଳ ଜିଲ୍ଲା ଓଏଏସ ସଙ୍ଘ

Published By : Gurupada Nath | July 1, 2025 7:00 PM

ଫୁଲବାଣୀ,୧/୭ : ଭୁବନେଶ୍ୱର ମହାନଗର ନିଗମର ଅଧିକାରୀଙ୍କୁ ଆକ୍ରମଣ ପ୍ରତିବାଦରେ ରାଜ୍ୟ ଓଏଏସ ସଙ୍ଘ ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଛି । ଏହି ଆନ୍ଦୋଳନରେ ସାମିଲ ହୋଇଛି କନ୍ଧମାଳ ଜିଲ୍ଲା ଓଏଏସ ସଙ୍ଘ। ସଙ୍ଘ ନିଷ୍ପତ୍ତି ଅନୁଯାୟୀ ଜିଲ୍ଲାର ସମସ୍ତ ଓଏଏସ ଅଧିକାରୀ ଆଜି କଳାବ୍ୟାଜ ପରିଧାନ କରିଥିଲେ।

ଜିଲ୍ଲା ସଭାପତି ତଥା ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସଠାରେ ଅଧିକାରୀମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇ ଏଭଳି ଘଟଣାର ଦୃଢ ନିନ୍ଦା କରାଯାଇଥିଲା। ପରେ ବିଭିନ୍ନ ଦଫା ସମ୍ବଳିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ମୁଖ୍ଯ ନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ଫୁଲବାଣୀ ଉପଜିଲ୍ଲାପାଳ ଭିକାରୀ ସାହୁଙ୍କ ସମେତ ସମସ୍ତ ବିଡ଼ିଓ, ତହସିଲଦାର ଓ ଅନ୍ୟ ଅଧିକାରୀମାନେ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.