ପ୍ରମୂଖ ଖବର
  • ଟାଙ୍ଗୀ: ବୋମାମାଡ କରି ସୁନା ଦୋକାନରୁ ଲୁଟ
  • ||
  • ପୁରୀ ଜଗନ୍ନାଥ ବଲ୍ଲଭ ପାର୍କିଂରେ ଅଘଟଣ, ଛାତରୁ ଖସିପଡ଼ିଲା କାର୍‌
  • ||
  • ସୁବର୍ଣ୍ଣରେଖାରେ ମଧ୍ୟମ ଏବଂ ବୈତରଣୀରେ ଛୋଟ ଧରଣର ବନ୍ୟା: ସର୍ବୋଚ୍ଚ ଯନ୍ତ୍ରୀ
  • ||
  • କ୍ରିକେଟର ସବୁ ଫର୍ମାଟରୁ ଅବସର ଘୋଷଣା କଲେ ଚେତେଶ୍ୱର ପୂଜାରା
  • ||
  • ଉଛୁଳା ମହାନଦୀକୁ ଡେଇଁ ପଡ଼ିଲେ ଛାତ୍ରୀ, ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୀ-କୋଣାର୍କ ଭିଷ୍ଟାଡମ୍ ଟ୍ରେନ୍ ପାଇଁ ବିଜ୍ଞପ୍ତି ପ୍ରକାଶ, ୩୨କିଲୋମିଟର ପାଇଁ ଖର୍ଚ୍ଚ ହେବ ୪୯୨ କୋଟି
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଜଳେଶ୍ୱର: ଲଘୁଚାପ ବର୍ଷା ଯୋଗୁଁ ଫୁଲୁଛି ସୁବର୍ଣ୍ଣରେଖା, ବିପଦ ସଂକେତ ଉପରେ ଜଳସ୍ତର
  • ||
  • ନୂଆପଡ଼ାରେ ବାଘ ଆତଙ୍କ, ଛେଳିକୁ ମାରି ଖାଇଦେଲା କଳରାପତରିଆ ବାଘ
  • ||

ଛାତ୍ରୀ ନିବାସ ଉଦଘାଟନ କଲେ କନ୍ଧମାନ ସାଂସଦ

Published By : Suraj Kumar | August 24, 2025 10:54 PM

ଫିରିଙ୍ଗିଆ, ୨୪l୮: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଭୃଙ୍ଗୀଯୋଡି ପଞ୍ଚାୟତର ଶୁଣ୍ଢୀଗାଁ ନୁଆଁପଦର ଠାରେ ଶହେ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଉଦଘାଟନ କରିଛନ୍ତି।ଏହି ନୁଆଁପଦର ଠାରେ ଏକ ଛାତ୍ର ନିବାସ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I 

ତେବେ ଏହି ଉଦ୍ଘାଟନୀ ଉତ୍ସବରେ ସାଂସଦଙ୍କ ସହ ଫୁଲବାଣୀ ବିଧାୟକ ଉମାଚାରଣ ମଲ୍ଲିକ ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ରାଜେଶ କୁମାର ସ୍ୱାଇଁ, ସାଂସଦ ପ୍ରତିନିଧି ଦୁର୍ଗାମାଧବ ଆଚାର୍ଯ୍ୟ, ବିଧାୟକ ପ୍ରତିନିଧି ପ୍ରଶାନ୍ତ କମ୍ପ, ବିଭାଗ ର କନିଷ୍ଠ ଯନ୍ତ୍ରୀ ଛୋଟରାୟେ ମାଝୀ,ସ୍ଥାନୀୟ ବିଜେପି ନେତା ଓ କର୍ମୀ ଙ୍କ ସହ ବିଦ୍ୟାଳୟ ମାନଙ୍କର ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟ ମାନେ ଉପସ୍ଥିତ ଥିଲେ I ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ଛାତ୍ରୀ ନିବାସ ଗୁଡିକ ଦୀର୍ଘ ବର୍ଷ ଧରି ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡିରହିଥିବା ବେଳେ ଏହି ବିଭାଗ ରେ ପ୍ରକଳ୍ପ ପ୍ରଶାସକ ଭାବରେ ଗଦାଧର ପାତ୍ର ଯୋଗ ଦେବାପରେ ନିର୍ମାଣ କାର୍ଯ୍ୟ କୁ ତ୍ୱରାନ୍ୱିତ କରାଯାଇଥିଲା I 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.