PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ଜମିରେ କାମ କରୁଥିବା ବେଳେ ଓଲଟିଲା ଟ୍ରାକ୍ଟର, ଡ୍ରାଇଭର୍ ଗୁରୁତର

କଣ୍ଟାବାଞ୍ଜି, ୦୮/୦୩ : ଜମିରେ କାମ କରୁଥିବା ସମୟରେ ଓଲଟିଲା ଟ୍ରାକ୍ଟର। ବଲାଙ୍ଗୀର ଜିଲ୍ଲା ତୁରେଇକେଲା ଥାନା ମଲ୍ଲିକୋଦୋରୋ ଗାଁରେ ଏହି ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭରଙ୍କ ଦୁଇଟି ଗୋଡ ନଷ୍ଟ ହୋଇଯାଇଛି। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ତୁରେଇକେଲା ଥାନା ମଲ୍ଲିକୋଦୋରୋ ଗାଁରେ ଜମିରେ କାମ କରୁଥିବା ବେଳେ ଏକ ଟ୍ରାକ୍ଟର ଓଲଟି ପଡିଛି। ଯାହାଫଳରେ ଡ୍ରାଇଭର ଗାଡି ତଳେ ଚାପି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ତୁରନ୍ତ ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ଡ୍ରାଇଭର ଜଣଙ୍କ ବେହେରେନ୍ସିଲେଟ୍ ଗାଁ ଚତୁର ବାଗ୍ ବୋଲି ଜଣାପଡିଛି । ଚତୁରଙ୍କ ୨ଟି ଗୋଡ ନଷ୍ଟ ହୋଇଯାଇଛି । ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ କଣ୍ଟାବାଞ୍ଜି ମେଡିକାଲରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି। ଡ୍ରାଇଭରଙ୍କ ଅସାବଧାନତା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।