ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପିଟିଲା ଭ୍ୟାନ୍; ୫ ମୃତ, ୧୦ଗୁରୁତର

Published By : Anindita Ratha | April 5, 2025 12:50 PM

ନୂଆଦିଲ୍ଲୀ,୦୫/୦୪: କର୍ଣ୍ଣାଟକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକକୁ ପିଟିଲା ଭ୍ୟାନ୍। ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, କର୍ଣ୍ଣାଟକର କଳାବୁରାଗି ଜିଲ୍ଲା ନେଲୋଗି ନିକଟରେ ଭୋର ପ୍ରାୟ ୩.୩୦ ସମୟରେ ଏହି ଦୁର୍ଘଟଣା ହୋଇଛି। ପୂର୍ବରୁ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ଦ୍ରୁତ ବେଗରେ ଆସୁଥିବା ଏକ ଭ୍ୟାନ୍ ଧକ୍କା ଦେଇଥିଲା। ଯେଉଁ ଦୁର୍ଘଟଣାରେ ଭ୍ୟାନରେ ଥିବା ୫ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଆଉ ୧୦ ଜଣ ଗୁରୁତରଙ୍କୁ ସ୍ଥାନୀୟ କାଲାବୁରାଗିର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଖବର ପାଇ ନେଲୋଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପ୍ରାଣ ହରାଇଥିବା ସମସ୍ତ ବ୍ୟକ୍ତି ବାଗଲକୋଟ ଜିଲ୍ଲାର ବାସିନ୍ଦା ବୋଲି ସୂଚନା ମିଳିଛି।

ଏହା ମଧ୍ୟ ପଢନ୍ତୁ- ସୁକୁମାରେ ଲାଲ୍‌ ବାହିନୀକୁ ମିଳିଲା ବଡ଼ ସଫଳତା, ୪ ହାର୍ଡକାେର୍‌ ମାଓବାଦୀଙ୍କ ଆତ୍ମସମର୍ପଣ

ସେପଟେ ମାଣ୍ଡ୍ୟା ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ବେଙ୍ଗାଲୁରୁ-ମହୀଶୂର ଏକ୍ସପ୍ରେସୱେରେ ଘଟିଛି। ସୂଚନା ଅନୁଯାୟୀ, ପରିବାର ପିରିଆପାଟଣା ଯାଉଥିଲେ। ତା’ପରେ ଟୁବିନାକେରେ ପ୍ରସ୍ଥାନ ନିକଟରେ, ଏକ ରାଜ୍ୟ ପରିବହନ ବସ୍ କାରକୁ ପଛରୁ ଧକ୍କା ଦେଇଥିଲା।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.