ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଚଳନ୍ତା ବସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ,୯/୭: ଚଳନ୍ତା ବସରେ ଲାଗିଲା ନିଆଁ। ଚାଳକଙ୍କ ଉପସ୍ଥିତି ବୁଦ୍ଧି ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ବେଙ୍ଗାଲୁରୁର ଏମଜି ରୋଡ଼ରେ ଘଟିଛି ଏହି ଅଘଟଣ। ବେଙ୍ଗାଲୁରୁ ମେଟ୍ରୋପଲିଟାନ ଟ୍ରାନ୍ସପୋର୍ଟ କର୍ପୋରେସନ  ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ଆଜି ଏକ ସରକାରୀ ବସ୍ ସକାଳେ ୩୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ବସରେ ନିଆଁ ଲାଗି ଯାଇଥିଲା। ଏକ ଷ୍ଟପେଜରେ ଡ୍ରାଇଭର୍ ଯେତେବେଳେ ଇଞ୍ଜିନ ଷ୍ଟାର୍ଟ କରିଥିଲେ ହଠାତ୍ ବସରେ ନିଆଁ ଲାଗି ଯାଇଥିଲା। ଏନେଇ ଡ୍ରାଇଭର୍ ଜଣକ ତୁରନ୍ତୁ ଡେଇଁ ପଡ଼ି ସଙ୍ଗେ ସଙ୍ଗେ ବସକୁ ଖାଲି କରି ଦେଇଥିଲେ। ଫଳରେ ଯାତ୍ରୀମାନଙ୍କ ଜୀବନ ରକ୍ଷା ପାଇଯାଇଛି। ଇଞ୍ଜିନ ଅତ୍ୟଧିକ ଉତ୍ତପ୍ତ ହୋଇଯିବା କାରଣରୁ ନିଆଁ ଲାଗି ଥାଇପାରେ ବୋଲି ଅନୁମାନ କରାଯାଉଥିବା ବେଳେ ଏହାର ପ୍ରକୃତ କାରଣ ଜଣାପଡିନାହିଁ। ଯାହାକୁ ନେଇ ବିଏମଟିସି ଅଧିକ ଯାଞ୍ଚ କରୁଛି । 

ତେବେ  କାରଣ ଜଣା ପଡ଼ିବା ପରେ ଆଗକୁ କିପରି ଏହା ପୁନରାବୃତ୍ତି ନ ହୁଏ ସେଥିପ୍ରତି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମଟିସି ସୂତ୍ରରୁ ପ୍ରକାଶ ପାଇଛି। ସେପଟେ ଯାତ୍ରୀମାନେ ବସରେ ନିଆଁ ଲାଗିବା ନେଇ ଭୟଭୀତ ଥିବା ବେଳେ କିଛି ଯାତ୍ରୀ ଏହାର ଭିଡିଓ କରି ସୋସିଆଲ ମିଡିଆରେ ସେୟାର କରିଛନ୍ତି। ଭିଡିଓରେ ବସଟି ରାସ୍ତା ଉପରେ ହୁତୁହୁତୁ ହୋଇ ଜଳୁଥିବାର ଦେଖିବାକୁ ମିଳିଛି । ସେପଟେ ଏହି ଘଟଣାକୁ ନେଇ ଖବର ପାଇ ଅଗ୍ନିଶମବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.