ପ୍ରମୂଖ ଖବର
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଧବଳେଶ୍ଵର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ, ବଡ଼ଓଷାରେ ବାବାଙ୍କ ବଡ଼ସିଂହାର ବେଶ

Published By : Swapna Ray | October 3, 2024 3:22 PM

କଟକ, ୩।୧୦: ଧବଳେଶ୍ଵରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ ଓଷା । କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ୍ ସିନ୍ଧେ ଅଧ୍ୟକ୍ଷତାରେ ଏନେଇ ଆରମ୍ଭ ହୋଇଛି ପ୍ରସ୍ତୁତି । ଚଳିତବର୍ଷ ୧୮ ଅକ୍ଟୋବରଠାରୁ ୧୫ ନଭେମ୍ବର ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ । ୧୨ ନଭେମ୍ବରଠାରୁ ୧୫ ନଭେମ୍ବର ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ । 

ନଭେମ୍ବର ୧୩ରେ ଧବଳେଶ୍ଵରଙ୍କ ପୀଠରେ ପାଳନ ହେବ ବଡ଼ଓଷା । ବଡ଼ଓଷାରେ ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ଵର । ଏହି ଦିନ ୧୩ ନଭେମ୍ବର ମଧ୍ୟରାତ୍ରୀରେ ଧବଳେଶ୍ଵରଙ୍କ ପାଖରେ ପ୍ରସିଦ୍ଧ ଗଜଭୋଗ ଓ ତରଣ ଲାଗିହେବ । ୧୪ ନଭେମ୍ବର ୨୦୨୪ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ । ୧୫ ନଭେମ୍ବରରେ କାର୍ତ୍ତିକ ବ୍ରତ ସମ୍ପୂର୍ଣ୍ଣ ହେବା ସହ ବୋଇତ ଭସାଣ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.