ପ୍ରମୁଖ ଖବର
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

ମଧୁବାବୁଙ୍କ ଜନ୍ମପୀଠରେ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର,୨୮/୪ : ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଦିବସ । ଏହି ଅବସରରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଅପରାହ୍ନରେ ମଧୁବାବୁଙ୍କ ଜନ୍ମପୀଠ କଟକ ଜିଲ୍ଲାର ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହାପରେ ସେ ମଧୁବାବୁଙ୍କ ଜନ୍ମପୀଠରେ କରାଯାଇଥିବା ସଂଗ୍ରହାଳୟ ପରିଦର୍ଶନ କରିଥିଲେ ଏବଂ ଗ୍ରାମବାସୀଙ୍କ ସହ ମଧୁବାବୁଙ୍କ ମହାନତା ବିଷୟରେ ଆଲୋଚନା କରିଥିଲେ । ମଧୁବାବୁଙ୍କ ଜନ୍ମପୀଠର ବିକାଶ କାମ ଏବଂ ସତ୍ୟଭାମାପୁର ଯୁବ ସମାଜ ପାଇଁ ଏକ ପ୍ରେରଣା ସ୍ଥଳ ପାଲଟିଥିବାରୁ ସେମାନେ ଶ୍ରୀ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ । 

ଉଲ୍ଲେଖଯୋଗ୍ୟ ଯେ, ୫ଟି ଅଧ୍ୟକ୍ଷ ଗତ ବର୍ଷ ସତ୍ୟଭାମାପୁର ଯାଇଥିଲେ ଏବଂ ପରେ ମୁଖ୍ୟମନ୍ତ୍ରୀ ୫ଟି ଉପକ୍ରମରେ ୨୩କୋଟି ଟଙ୍କାର ବ୍ୟୟ ଅଟକଳରେ ମଧୁବାବୁ ଜନ୍ମପୀଠ ଓ ସଂଗ୍ରହାଳୟର ବିକାଶ ପ୍ରକଳ୍ପ ମଂଜୁର କରିଥିଲେ । ଓଡ଼ିଆ ଜାତିର ଏହି ମହାନ ଐତିହ ପୀଠ ଆଜି ସମଗ୍ର ଓଡିଶାର ଗୌରବ ପାଲଟିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.