PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

କାଶୀପୁର ବ୍ଲକରେ ଝାଡ଼ାବାନ୍ତି ଆତଙ୍କ, ଝାଡ଼ାବାନ୍ତିରେ ଅସୁସ୍ଥ ହୋଇ ଆଖିବୁଜିଲେ ଅର୍ଜୁନ

ରାୟଗଡ଼ା ୨୩/୦୭: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ବିଭିନ୍ନ ଗାଁ ମାନଙ୍କରେ ବ୍ୟାପିଥିବା ହଇଜା ଉଗ୍ର ହେବାରେ ଲାଗିଛି। ଆଜି ଭୋରରୁ ଆଉ ଜଣେ ହଇଜା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡେଙ୍ଗାଗୁଡା ଗ୍ରାମର ଅର୍ଜୁନ ମାଝୀ (୫୦)। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୯ ହୋଇଛି। ବର୍ତ୍ତମାନ ମଧ୍ୟ ଶତାଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି।

ସୂଚନା ମୁତାବିକ, ଗତ କିଛି ଦିନ ହେବ ଅର୍ଜୁନ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ମେଡିକାଲ ଚିକିତ୍ସା ପରେ ସେ ଘରକୁ ଗତକାଲି ଫେରିଥିଲେ। ତେବେ ଆଜି ଭୋରରୁ ତାଙ୍କର ମୃତ୍ୟୁ ଘଟିଛି। ଏଥିସହ ଡେଙ୍ଗାଗୁଡା ଗ୍ରାମରେ ଆହୁରି ୫ ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଅପରପକ୍ଷରେ ହଇଜା ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଆସୁଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏବଂ ଆଇନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା। ଦୁଇ ମନ୍ତ୍ରୀ ଆଜି ପ୍ରଭାବିତ ଗ୍ରାମ ପରିଦର୍ଶନ କରିବେ।

ସମ୍ବନ୍ଧିତ ଖବର