ପ୍ରମୂଖ ଖବର
  • ଉତ୍ତର ପ୍ରଦେଶରେ ବନ୍ୟା ବିତ୍ପାତ, ୧୪ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଦୁଇଟି EPIC ନମ୍ବର ମାମଲାରେ ଫସିପାରନ୍ତି ତେଜସ୍ୱୀ ଯାଦବ, ନୋଟିସ୍ ପଠାଇଲେ ନିର୍ବାଚନ କମିଶନ୍
  • ||
  • ଆନ୍ଧ୍ରପ୍ରଦେଶ ବାଲିକୁରୁମା ପଥର ଖଣିରେ ବିସ୍ଫୋରଣ, ୯ ମୃତ
  • ||
  • କନ୍ଧମାଳ : ବସ୍‌ ସାମ୍ନାକୁ ଚାଲି ଆସିଲା ଜଙ୍ଗଲୀ ଦନ୍ତା, ଯାତ୍ରୀ ଭୟଭୀତ
  • ||
  • MVI ବାବୁଙ୍କ ଅମାପ ସମ୍ପତ୍ତି ଦେଖି ଭିିଜିଲାନ୍ସ ଟେରା, ଲକ୍ଷାଧିକ ଟଙ୍କା ସହ ୩୬ଟି ପ୍ଲଟ୍‌ ଠାବ
  • ||
  • ଉତ୍ତରପ୍ରଦେଶରେ ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା ଗାଡ଼ି, ୧୧ ମୃତ, ୨ ଆହତ
  • ||
  • ଡିଭିଲିୟର୍ସଙ୍କ ବିସ୍ଫୋରକ ଶତକ, ସାଉଥ୍ ଆଫ୍ରିକା ଚାମ୍ପିଅନ୍‌, ହାରିଲା ପାକିସ୍ତାନ
  • ||
  • ସୁନ୍ଦରଗଡ଼: ରେଳ ଧାରଣା ଉଡ଼ାଇଲେ ମାଓବାଦୀ, ମାଲବାହୀ ଟ୍ରେନ ଚଳାଚଳ ବନ୍ଦ
  • ||
  • ରାଉରକେଲା; ବ୍ରାହ୍ମଣୀ ନଦୀକୁ ଡେଇଁ ଯୁବକ ନିଖୋଜ, ସର୍ଚ୍ଚ ଅପରେସନ ଜାରି
  • ||
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ଅମରନାଥ ଯାତ୍ରା ବେଳେ ଖାଈକୁ ଖସିଲା କାର୍, ୨ ଶ୍ରଦ୍ଧାଳୁ ମୃତ, ୩ ଆହତ...

Published By : Ladu Kishor | August 3, 2025 6:25 PM

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର କଠୁଆ-ବସୋହଲି ରାସ୍ତାର କାଇଣ୍ଟା ମୋଡ଼ ନିକଟରେ ଗତକାଲି (ଶନିବାର) ବିଳମ୍ବିତ ରାତିରେ ଏକ କାର ଖାଇକୁ ଖସିପଡ଼ିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କ ଚିକିତ୍ସା ଜିଏମସି କାଠୁଆରେ କରାଯାଉଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ଦୁର୍ଘଟଣା ପ୍ରାୟ ୧୨:୪୦ ସମୟରେ ଘଟିଥିଲା। ନୀଳକଣ୍ଠ ସେବା ସମିତି, ଫିରୋଜପୁର (ପଞ୍ଜାବ)ର ସଦସ୍ୟ ମାନେ ଏକ କାର ଯୋଗେ ଚନ୍ଦ୍ରକୋଟରେ ଅମରନାଥ ଯାତ୍ରା ପାଇଁ ଆୟୋଜିତ ଲଙ୍ଗର ସେବାରେ ଯୋଗ ଦେବାକୁ ଯାଉଥିଲେ। ସେମାନେ ଭୁଲବଶତଃ ଲଖନପୁର ଜାତୀୟ ରାଜପଥରୁ ବସନ୍ତପୁର ଆଡକୁ ମୋଡ଼ ନେଇଥିଲେ, ଯେଉଁଠାରେ ସେମାନଙ୍କ କାର ନିୟନ୍ତ୍ରଣ ହରାଇ ପାଖରେ ଥିବା ଏକ ଗଭୀର ଖାତରେ ପଡ଼ିଯାଇଥିଲା।

ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଘଣ୍ଟା ଘଣ୍ଟାର କଠିନ ପରିଶ୍ରମ ପରେ ସମସ୍ତ ଆହତଙ୍କୁ ବାହାର କରାଯାଇଥିଲା। ଡାକ୍ତର ମାନେ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ତିନି ଜଣ ଆହତଙ୍କୁ କାଠୁଆର ଜିଏମସି ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୋଲିସ ଦୁର୍ଘଟଣାର କାରଣ ଖୋଜିବା ଆରମ୍ଭ କରିଛି ।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.