ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ଟିମର ପରିଦର୍ଶନ

Published By : Gurupada Nath | January 10, 2025 7:01 PM

ଚନ୍ଦାହାଣ୍ଡି,୧୦/୧ : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ କାୟା କଳ୍ପ ଟିମ୍ ପରିଦର୍ଶନ କରି ଥିବା ନେଇ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ସନ୍ଦିପ କୁମାର ଶତପଥି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l କାୟକଳ୍ପ ଟିମ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବାହ୍ୟ ପରିବେଶ, ସବୁଜିକରଣ, ସ୍ୱଛତା, ପରିଦର୍ଶନ କରିବା ସହ l ସ୍ୱାସ୍ଥ୍ୟକେନ୍ଦ୍ରର   ଆଉଟ ଡୋର, ପରୀକ୍ଷା ଗାର, ଲେବର ରୁମର ବ୍ୟବସ୍ଥା ଏବଂ ଏହାର ସ୍ୱଛତା ପରିଦର୍ଶନ କରିବା ସହ ଇନ ଡୋରରେ ରହି ଚିକିତ୍ସିତ ହେଉ ଥିବା ରୋଗୀଙ୍କୁ ଯୋଗାଇ ଦିଆଯାଉଥିବା ଚିକିତ୍ସା ସୁବିଧା ବାବଦରେ ରୋଗୀଙ୍କୁ ପଚାରି ବୁଝିଥିଲେ l  

ରୋଗୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ସହ ସ୍ୱାସ୍ଥ୍ୟକେନ୍ଦ୍ରର ପରିବେଶକୁ ସଫା ଏବଂ ସବୁଜ ସୁନ୍ଦର ରଖିବା ପାଇଁ ଗୋଷ୍ଠୀ ଚିକିତ୍ସା ଅଧିକାରୀ ଡାକ୍ତର ସନ୍ଦିପ ଶତପଥିଙ୍କୁ ନିର୍ଦେଶ ଦେଇଥିଲେ l ଏହି ଅବସରରେ ଡାକ୍ତର ମନୀଷ କୁମାର ପୁରୋହିତ, ଡାକ୍ତର ସୋମ୍ୟ ପୁରୋହିତ, ଡାକ୍ତର ଅଭିନାଶ ନାୟକ, ବିପିଏମ ସୁଦୀପ୍ତ ରାଉତ, ଫାର୍ମାସିଷ୍ଟ ସଞ୍ଜୀବ ପାତ୍ର, ଷ୍ଟାଫ ନର୍ସ ରଞ୍ଜିତା ମିଞ୍ଜ, ତୁଳସୀ ଓରାମ ପ୍ରମୁଖ ଉପସ୍ଥିତ ରହିଥିଲେ l

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.