PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

କେନ୍ଦୁଝରରେ ଗଡ଼ିଲା ବିଶ୍ବର ସର୍ବ ବୃହତ ରଥ

କେନ୍ଦୁଝର,୧/୭ : କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ଜଗତରନାଥ ଜଗନ୍ନାଥଙ୍କର ବିଶ୍ବର ସର୍ବ ବୃହତ ରଥ । କେନ୍ଦୁଝର ସହରର ପୁରୁଣା ବଜାରଠାରେ ଶୁକ୍ରବାର ରଥଯାତ୍ରା ପାଳିତ ହୋଇଯାଇଛି ।  ଶ୍ରୀ ଶ୍ରୀ ବଳଦେବକାଉଙ୍କର ମନ୍ଦିରଠାରୁ ବଳଭଦ୍ର, ଶୁଭଦ୍ରା ଓ ଜଗନ୍ନାଥ ମନ୍ଦିର ଭିତରୁ ଧାଡ଼ି ପହଣ୍ଡିରେ ଆସି ରଥ ଚାରି ପଟ ତିନି ଥର ପରିକ୍ରମା କରିବା ପରେ ୪ଟା ସମୟରେ ରଥାରୁଢ ହୋଇଥିଲେ ।

କେନ୍ଦୁଝରର ଯୁବରାଜ ଛେରା ପହଁରା କରିବା ପରେ ଶେଷରେ ଅପରାହ୍ନ ୫ଟା ୩୫ ମିନିଟ ସମୟରେ ରଥଟଣା ଆରମ୍ଭ ହୋଇଥିଲା । ସନ୍ଧ୍ୟାରେ ପ୍ରବଳ ବର୍ଷା ହୋଇଥିଲା । ତଥାପି ୫୦ ହଜାରରୁ ଅଧିକ ଭକ୍ତଙ୍କର ସମାବେଶ ହୋଇଥିଲା ଓ ଭକ୍ତମାନେ ବର୍ଷାରେ ଭିଜି ଭିଜି ରଥକୁ ଭକ୍ତପୂତ ଭାବରେ ଟାଣିଥିଲେ । ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ ପାଳନ କରିବା ସହ ସୁରକ୍ଷା ଦୃଷ୍ଟିରୁ ପ୍ରବଳ ପୋଲିସ ମୁତୟନ କରାଯାଇଥିଲା ।