କେନ୍ଦୁଝରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ଅଭିବାଦନ ଗ୍ରହଣ କଲେ ମନ୍ତ୍ରୀ ଉଷା ଦେବୀ

କେନ୍ଦୁଝର, ୨୬/୦୧ : କେନ୍ଦୁଝରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦୁଝର ଷ୍ଟାଡିୟମ୍ ପଡିଆରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପ୍ରଥମେ ସହରରେ ଅବସ୍ଥାପିତ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଜାତୀୟ ପତାକା ଉତ୍ତୋଳନ ପରେ ଉପସ୍ଥିତ ପୋଲିସ୍ ବାହିନୀର ଅଭିବାଦନ ଗ୍ରହଣ କରିଥିଲେ ମନ୍ତ୍ରୀ ଉଷା ଦେବୀ। ଏହାପରେ ଉଦବୋଧନ ଛଳରେ ସେ ଜିଲ୍ଲାର ସ୍ଵାଧୀନତା ସଂଗ୍ରାମୀଙ୍କ ଅବଦାନକୁ ଭୂୟସୀ ପ୍ରଶଂସା କରିଥିଲେ। କୋରୋନା କଟକଣା ହଟିଥିବାରୁ ଏହି ଉତ୍ସବରେ ବିପୁଳ ଜନସମାଗମ ହୋଇଥିଲା।