ପ୍ରମୂଖ ଖବର
  • ଭଦ୍ରକ: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର
  • ||
  • ରାଜ୍ୟରେ ଡାଇରିଆ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ସାମିଲ ରହିବେ ବରିଷ୍ଠ ଅଧିକାରୀ
  • ||
  • କଟକ : ହନୁମାନ ମନ୍ଦିରର ତାଲା ଭାଙ୍ଗି ଲୁଟ୍‌, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ବାଲେଶ୍ୱର : ଘରୁ ମିଳିଲା ଯୁବକଙ୍କ ମୃତଦେହ, ପ୍ରେମିକ ସହ ମିଶି ସ୍ତ୍ରୀ ହତ୍ୟା କରିଥିବା ସନ୍ଦେହ
  • ||
  • 'ଯୋଗରୁ ଶାନ୍ତି ଓ ଦିଗ ମିଳେ, ଚିନ୍ତାଗ୍ରସ୍ତ ଦୁନିଆ ପାଇଁ ପଜ୍ ବଟନ୍‌': ପ୍ରଧାନମନ୍ତ୍ରୀ
  • ||
  • ବାଲେଶ୍ୱରରେ ବନ୍ୟା ସ୍ଥିତି ଆଣିଲା ସୁବର୍ଣ୍ଣରେଖା, ୨୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଛତ୍ରପୁରରେ ଅନ୍ତର୍ଜାତିକ ଯୋଗ ଦିବସ ପାଳିତ; ଯୋଗ ଦେଲେ ମନ୍ତ୍ରୀ,ବିଧାୟକ
  • ||
  • କଳାହାଣ୍ଡି : ମ.ରାମପୁର ଉପ ଡାକଘରୁ ଚୋରି, ତଦନ୍ତ କରୁଛି ପୁଲିସ
  • ||
  • ଅପରେସନ୍‌ ସିନ୍ଧୁ ; ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ସୁରକ୍ଷିତ ଫେରିଲେ ୨୯୦ ଭାରତୀୟ
  • ||
  • ଯୋଗ ଦିବସ ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କହିଲେ- 'ଏକାଗ୍ରତା ଓ ସ୍ଥିରତା ଆଣେ ଯୋଗ'
  • ||
  • ଅନ୍ତର୍ଜାତୀୟ ଯୋଗ ଦିବସ; ଯୋଗ କରନ୍ତୁ, ସୁସ୍ଥ ରୁହନ୍ତୁ
  • ||
  • ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ , ଆସନ୍ତା ୩ ଦିନ କାଁ ଭାଁ ବର୍ଷା
  • ||

କେନ୍ଦୁପତ୍ର ତୋଳାଳି, ବନ୍ଧାଳୀଙ୍କ ପାଇଁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସହାୟତା, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦୁପତ୍ର ସଂଘ

Published By : Suraj Kumar | June 21, 2025 9:35 PM

ଭୁବନେଶ୍ୱର, ୨୧ ।୬ : ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କ ପାଇଁ  ମୁଖ୍ୟମନ୍ତ୍ରୀ କଲ୍ୟାଣ ପାଣ୍ଠିରେ ୧୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବ୍ୟବସ୍ଥା କରିଛନ୍ତି। ଶନିବାର ଭୁବନେଶ୍ୱର ରାଜ୍ୟ ଅତିଥି ଭବନଠାରେ ବିଭିନ୍ନ ଜିଲ୍ଲାରୁ ଶହ ଶହ ସଂଖ୍ୟାରେ ଆସିଥିବା ଓଡିଶା କେନ୍ଦୁପତ୍ର ସଂଘର କର୍ମକର୍ତ୍ତା ଓ ସଦସ୍ୟମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ। ବରଗଡ ସାଂସଦ ପ୍ରଦୀପ ପୁରୋହିତ ସଂଘର ସଦସ୍ୟମାନଙ୍କ ସହିତ ଉପସ୍ଥିତ ଥିଲେ। 

ସୂଚନାଯୋଗ୍ୟ ଯେ, ରାଜ୍ୟର ୨୨ଟି ଜିଲ୍ଲାରେ ୧୯ଟି ଡିଭିଜନ ଅଧିନରେ ପ୍ରାୟ ୯ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନଜୀବିକାର ମାଧ୍ୟମ ହେଉଛି କେନ୍ଦୁପତ୍ର। ମୁଖ୍ୟମନ୍ତ୍ରୀ ନିକଟରେ ଦେବଗଡ ଗସ୍ତ ସମୟରେ ରାଜ୍ୟର କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ। ଏହି ସହାୟତାରେ ସେମାନଙ୍କ ପାଇଁ ଚପଲ, କେରି ବନ୍ଧା କପଡା, ଟୋପି, ମସାରି ଓ କମ୍ବଳ ବାବଦକୁ ଅର୍ଥ ରାଶି ରହିଛି। 

ରାଜ୍ୟର ୨୨ଟି ଜିଲ୍ଲାରୁ ଆସିଥିବା ସଂଘର ସଦସ୍ୟମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର ଆପଣଙ୍କ ବିକାଶ ଓ କଲ୍ୟାଣ ପାଇଁ ତତ୍ପର ଅଛନ୍ତି। ନୂଆ ସରକାର ଗରିବ କଲ୍ୟାଣ ପାଇଁ ଅନେକ କାର୍ଯ୍ୟକ୍ରମ ଓ ଯୋଜନା କରିଛନ୍ତି। ଏ ସବୁ କାର୍ଯ୍ୟକ୍ରମରେ ସାମିଲ ହୋଇ ଏହାର ସୁଫଳ ପାଇବା ପାଇଁ ସେ ପରାମର୍ଶ ଦେଇଥିଲେ। ଏଥି ସହିତ ମହିଳା ସଦସ୍ୟାମାନଙ୍କୁ ଯୁଗାନ୍ତକାରୀ ସୁଭଦ୍ରା ସହାୟତା ରାଶିକୁ ବ୍ୟବସାୟରେ ସଠିକ୍ ଭାବେ ବିନିଯୋଗ କରି ଲକ୍ଷପତି ଦିଦି ହେବା ପାଇଁ ମୁଖ୍ୟମନ୍ତ୍ରୀ ଉତ୍ସାହିତ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.