ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଲଗାଣ ବର୍ଷାରେ ବେହାଲ କେନ୍ଦୁଝର, ତେଲ ନଦୀ ପୋଲ ଉପରେ ୩ ଫୁଟର ପାଣି ପ୍ରବାହିତ

Published By : Harapriya Sethi | July 26, 2025 8:22 AM

ପାଟଣା,୨୬/୦୭: କେନ୍ଦୁଝର ଜିଲ୍ଲାରେ ଶୁକ୍ରବାର ଅପରାହ୍ନ ଠାରୁ ରାତି ସାରା ଲଗାଣ ବର୍ଷା ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀ ନାଳର ଜଳସ୍ରୋତ ବୃଦ୍ଧି ପାଇଛି। ଚମ୍ପୁଆ ଠାରେ ୯୫ ମିଲିମିଟର ବର୍ଷା, ପାଟଣା ଠାରେ ୭୬.୦୪ ମିଲିମିଟର ଏବଂ ସାହାରପଡାରେ ୬୭.୦୪ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଫଳରେ ବୈତରଣୀ ନଦୀର ଜଳସ୍ରୋତ ବୃଦ୍ଧି ପାଉଛି। 

ସେହିପରି ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ସାହାରପଡା ବ୍ଲକ ଦାମାହୁଦା ଦେଇ ଯାଇଥିବା ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି । ଫଳରେ ଉକ୍ତ ରାସ୍ତାରେ ଗାଡ଼ି ମୋଟର ଚଳାଚଳ ବ୍ୟାହତ ହୋଇ ଦାମାହୁଦା ଠାରୁ ଠାକୁରମୁଣ୍ଡା ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି । ଆଗକୁ ବର୍ଷା ଲାଗି ରହିଲେ ବୈତରଣୀ ନଦୀର ତଳିଆ ଅଞ୍ଚଳରେ ବନ୍ୟାସ୍ଥିତି ଉପୁଜିବା ନେଇ ଆଶଙ୍କା କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.