ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମନ୍ଦିରରେ ଆତସବାଜି ବେଳେ ଦୁର୍ଘଟଣା, ନିଆଁ ଲାଗି ୧୫୦ରୁ ଅଧିକ ଆହତ

Published By : Anindita Ratha | October 29, 2024 9:05 AM

ନୂଆଦିଲ୍ଲୀ,୨୯/୧୦: ମନ୍ଦିରରେ ଆତସବାଜି ବେଳେ ଭୟଙ୍କର ଦୁର୍ଘଟଣା। ନିଆଁ ଲାଗି ୧୫୦ରୁ ଅଧିକ ଆହତ । କେରଳର କାସରାଗୋଡ ଜିଲ୍ଲାର ନୀଲେଶ୍ୱର ନିକଟସ୍ଥ ଏକ ମନ୍ଦିରରେ ଆତସବାଜି ସମୟରେ ଏଭଳି କିଛି ଦୁର୍ଘଟଣା ଘଟିଥିବା ସୂଚନା ମଳିଛି। 

ତେବେ ସୂଚନା ମୁତାବକ, ଅଞ୍ଜୁତମ୍ବାଲମ୍ ବିରାକାଭୁ ମନ୍ଦିରରେ ବାର୍ଷିକ କାଲିଆଟମ୍ ପର୍ବ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା। ଆଉ ସେହି ସମୟରେ ଆତସବାଜି ମଧ୍ୟ କରାଯାଉଥିଲେ। ତେବେ ଆତସବାଜି ବେଳେ ସେଥିରୁ ନିଆଁ ଝୁଲ ଖସି ବାଣ ରଖାଯାଇଥିବା ଷ୍ଟୋରେଜ ଘର ପରେ ପଡିଥିଲା। ଫଳରେ ଏଥିରେ ନିଆଁ ଲାଗି ଭୟଙ୍କର ବିସ୍ଫୋରଣ ହୋଇଥିଲା। ଯାହା ଫଳରେ  ୧୫୦ରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ସେଥିରୁ  ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ସମସ୍ତ ଆହତଙ୍କୁ କାସରାଗୋଡ, କନ୍ନୁର ଏବଂ ମାଙ୍ଗାଲୁରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେପଟେ  ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏବଂ ଜିଲ୍ଲା ପୋଲିସ ମୁଖ୍ୟଙ୍କ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପ୍ରଭାବିତ ଲୋକଙ୍କୁ ରିଲିଫ ଯୋଗାଇବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.