ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଖମ୍ବେଶ୍ୱରୀପାଲି ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍,ଏକାଧିକ ଯାତ୍ରୀ ଆହତ

ସୋନପୁର ୦୬/୦୫ : ସୋନପୁର  ୫୭ ନମ୍ବର ଜାତୀୟ ରାଜପଥ ଖମ୍ବେଶ୍ୱରୀପାଲି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେଏକାଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। 

ସୂଚନା ମୁତାବିକ, ଭୁବନେଶ୍ୱରରୁ ଏକ ଘରୋଇ ଯାତ୍ରୀବାହୀ ବସ୍ ୪୦ ଜଣ ଯାତ୍ରୀଙ୍କୁ ନେଇ ବଲାଙ୍ଗୀର ଅଭିମୁଖେ ଯାଉଥିଲା । କିଛି ବାଟ ଯିବା ପରେ ୫୭ ନମ୍ବର ଜାତୀୟ ରାଜପଥ ଖମ୍ବେଶ୍ୱରୀପାଲି ନିକଟରେ ହଠାତ୍ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିପଡିଥିଲା । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଅନେକ ଆହତ ହୋଇଥିଲେ । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ଚିକିତ୍ସା ପରେ କିଛି ଲୋକଙ୍କୁ ଛଡାଯାଇଛି ।  ହେଲେ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ସୋନପୁର ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କ ଚିକିତ୍ସା ଜାରି ରହିଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି  ତଦନ୍ତ ଜାରି ରଖିଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.