ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମେଗାଲିଫ୍ଟ କେନାଲରୁ ଆଜିଠୁ ଖରିଫ ଜଳସେଚନ

Published By : Gurupada Nath | July 11, 2025 3:43 PM

କୋକସରା,୧୧/୭ : ମେଗାଲିଫ୍ଟ କେନାଲରୁ ଆଜିଠୁ ଖରିଫ ଜଳସେଚନ । କୋକସରା ବ୍ଲକର ୧୧୩୦୧ ହେକ୍ଟର ହେବ ଜଳସେଚନ। ଇନ୍ଦ୍ରାବତୀ ଜଳଭଣ୍ଡାରରୁ ଚଳିତ ବର୍ଷ ଖରିଫ ଚାଷ ପାଇଁ ଶୁକ୍ରବାରଠାରୁ ମେଗାଲିଫ୍ଟ କେନାଲରୁ ଜଳସେଚନ ଆରମ୍ଭ ହୋଇଛି। ମଙ୍ଗଳପୁରଠାରେ ଥିବା ମେଗାଲିଫ୍ଟ ପାୱାର ହାଉସରେ ପୂଜାର୍ଚ୍ଚନା କରିବା ପରେ ଦିନ ୧୧:୩୦ରେ ମେଗାଲିଫ୍ଟ କେନାଲ ଦେଇ ଜଳସେଚନ ଗେଟ ଖୋଲାଯାଇଛି। 

ମେଗାଲିଫ୍ଟ କେନାଲକୁ ଗତ ୨୦୨୧ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଳସେଚନର ଶୁଭାରମ୍ଭ କରିଥିଲେ । ମେଗାଲିଫ୍ଟ କେନାଲରୁ ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଲକର ୨୫ହଜାର ୨୭୫ହେକ୍ଟରକୁ ଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ ସୁବିଧା ଯୋଗାଇ ଦିଆଯାଉଛି। ଚଳିତ ବର୍ଷ କୋକସରା ବ୍ଲକର ୪୧ଗ୍ରାମର ୧୧୩୦୧ ହେକ୍ଟର ଜମିରେ ଜଳସେଚନ ସୁବିଧା ଯୋଗାଇ ଦିଆଯିବା ନେଇ କୁସୁମଖୁଣ୍ଟି ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ ପ୍ରଣୟ କୁମାର ପ୍ରଧାନ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.